୩ ସନ୍ତାନ ଥିବାରୁ କାନାକୋଟ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ନବରଙ୍ଗପୁର,୩ା୧(ବି.ପ୍ର)- ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ କାନାକୋଟ ପଞ୍ଚାୟତ ସରପଞ୍ଚ ଜଗ ଭତରାଙ୍କ ୩ଟି ସନ୍ତାନ ଥିବାରୁ ତାଙ୍କ ପଦବୀକୁ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଅଜିତ କୁମାର ମିଶ୍ର ଅସିଦ୍ଧ ଘୋଷଣା କରିଛନ୍ତି ା ଏଥିସହ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମକାରୁ ଭତରାଙ୍କୁ ସରପଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତିି ା ୨୦୧୭ ଫେବୃୟାରୀରେ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର କାନାକୋଟ ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ଜଗ ଭତରା ଓ ମକାରୁ ଭତରା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।
ଏଥିରେ ଜଗ ନିର୍ବାଚିତ ହୋଇ ସରପଞ୍ଚ ହୋଇଥିଲେ। ତେବେ ଜଗ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ସନପତ ଭତରା ସହ ଅନ୍ୟମାନେ ୨୦୧୭ ମାର୍ଚ୍ଚ ୧୬ ତାରିଖରେ ଅଭିଯୋଗ କରିଥିଲେ ା ସେମାନେ ଅଭିଯୋଗରେ ଦର୍ଶାଇଥିଲେ ଯେ, ୧୯୯୪ ପରେ ଯେଉଁ ପ୍ରାର୍ଥୀଙ୍କ ୩ଟି ସନ୍ତାନ ରହିଥିବ, ସେ ନିର୍ବାଚନ ଲଢି ପାରିବେ ନାହିଁ ବୋଲି ନିର୍ବାଚନ ଆଇନ ରହିଛି ା ତେବେ ଜଗଙ୍କ ୧୯୯୪ ପରେ ୩ଟି ସନ୍ତାନ ରହିଛି। ଜଗଙ୍କ ଦୁଇଝିଅ ଜାମ୍ବବତୀ ଭତରା, ତୁଳବତୀ ଭତରା ଓ ଗୋଟିଏ ପୁଅ ଆକାଶ ଭତରା ରହିଛନ୍ତି ା ସେଥିପାଇଁ ସରପଞ୍ଚ ପଦବୀ ଅସିଦ୍ଧ ଘୋଷଣା କରାଯାଉ। ଏଥିସହ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ସରପଞ୍ଚ କରିିବାକୁ ଜଣାଇଥିଲେ। ଏନେଇ ନିର୍ବାଚନ ପଞ୍ଚାୟତ (ନଂ. ୬/୧୭ )ରେ ଏକ ମାମଲା ରୁଜୁ ହୋଇଥିଲା ା ଝରିଗାଁ ବିଡିଓ, ମେଡିକାଲ ଅଫିସର ଓ ସିଡିପିଓଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା ା ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ୨୦୧୯ ଡିସେମ୍ବର ୩୧ ତାରିଖରେ ଉପରୋକ୍ତ ରାୟ ଦେଇଛନ୍ତିି ା ସନପତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମାନସ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri