୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ

ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍‌ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବାସୀଙ୍କ ଥର୍ମାଲ ଟେଷ୍ଟ କରାଯାଉଥିବା ବେଳେ ବାଲେଶ୍ୱରର ସମସ୍ତ ପ୍ରବାସୀ ଓଡ଼ିଆଙ୍କ ପାଇଁ ଷ୍ଟେଶନର ପୂର୍ବପଟେ ପଞ୍ଜିକୃତ ଏବଂ ପ୍ରତୀକ୍ଷାଳୟ ବ୍ୟବସ୍ଥା କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲାର ପ୍ରବାସୀ ଓଡ଼ିଆଙ୍କ ପାଇଁ ଷ୍ଟେଶନର ପଶ୍ଚିମପଟେ କାଉଣ୍ଟର କରାଯାଇ ପଞ୍ଜିକୃତ ଏବଂ ପ୍ରତୀକ୍ଷାଳୟର ବ୍ୟବସ୍ଥା କରାଯାଇଛି। ପରିବହନ ବିଭାଗ ପକ୍ଷରୁ ବସ୍‌ ବ୍ୟବସ୍ଥା କରାଯାଇ ସେମାନଙ୍କୁ ନିଜ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଛଡାଯାଉଛି। ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର, ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ ଓ ଅନ୍ୟ ଅଧିକାରୀମାନେ ପ୍ରବାସୀ ଓଡ଼ିଆଙ୍କୁ ସ୍ବାଗତ କରି ସମସ୍ତ ନିୟମାବଳୀ ସମ୍ପର୍କରେ ସୂଚନା ଦେଇଥିଲେ। ଏସ୍‌ପି ବି. ଯୁଗଳ କିଶୋରଙ୍କ ତତ୍ତ୍ୱାବଧାନରେ ୩ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୫ ଜଣ ଅଧିକାରୀ ସୁରକ୍ଷା ଓ ଶାନ୍ତିଶୃଙ୍ଖଳାରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri