୩ ହଜାର ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭୁବନେଶ୍ୱର,୧ା୪(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ଏଡ଼ାଇବା ପାଇଁ ସରକାର ଲକଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ସବୁ ବନ୍ଦ ହେବା ଯୋଗୁ ଲୋକେ ଖାଦ୍ୟପେୟର ଅଭାବ ଦେଖାଯାଇଥିଲା। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଗରିବଙ୍କୁ ୪ମାସର ଆଗୁଆ ଭତ୍ତ ଦେବା ପାଇଁ ଘୋଷଣା କରିଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପାଳନ କରି ବିଏମ୍‌ସିର ୩ ଜୋନ୍‌ରେ ସେମାବାରଠାରୁ ଆଗୁଆ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି। ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ମଙ୍ଗଳବାର ସୁଦ୍ଧା ଚିହ୍ନଟ ହୋଇଥିବା ୩ହଜାର ହିତାଧିକାରୀଙ୍କୁ ୪ମାସର ଆଗୁଆ ଭତ୍ତା ବଣ୍ଟନ ହୋଇଛି। ଏହା ଆସନ୍ତା ଏପ୍ରିଲ୍‌ ୧୨ ତାରିଖ ସୁଦ୍ଧା ସମସ୍ତ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟ ଶେଷ ହେବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ସୂଚନାଯୋଗ୍ୟ, ସରକାରଙ୍କ ନିର୍ଦ୍ଦେଶ ପରେ ବିଏମ୍‌ସି ପକ୍ଷରୁ ସବୁ ୱାର୍ଡରେ ଗୋଟିଏ ଦିନ ଲେଖାଏ ଭତ୍ତା ବଣ୍ଟନ କରାଯିବାକୁ ସ୍ଥିର କରାଯାଇଥିବାବେଳେ ବିଭିନ୍ନ ସ୍ଥାନରେ କ୍ୟାମ୍ପ କରାଯାଇଛି। ଭତ୍ତା ବଣ୍ଟନ ସମୟରେ କିପରି ହିତାଧିକାରୀମାନେ ସାମାଜିକ ଦୂରତା ବଜାୟ ରଖିବେ ସେଥିପ୍ରତି ଧ୍ୟାନ ଦିଆଯାଇଛି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକୁ ଯଥାଶୀଘ୍ର ସାରିବା ପାଇଁ କମିଶନର ଚୌଧାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ୩ ଜୋନରେ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଅଛନ୍ତି। ସୋମବାର ପ୍ରଥମ ଦିନରେ ଉତ୍ତର ଜୋନରେ ପାଖାପାଖି ୫୦୦, ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଜୋନରେ ୫୦୦ରୁ ୭୦୦ ହିତାଧିକାରୀ ଭତ୍ତା ପାଇଥିବା ବେଳେ ମଙ୍ଗଳବାର ମଧ୍ୟ ସମାନ ସଂଖ୍ୟା ରହିଥିବା ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନିକଟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri