୩ବର୍ଷ ହେଲା ସରୁନି ରାସ୍ତା ନିର୍ମାଣ: ଅଧାରେ ଅଟକିଛି ବିସ୍ତାପାଳ-ମଙ୍ଗଳାପଶି ସଡ଼କ ଯୋଜନା

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା କାର୍ଯ୍ୟ ଅନେକ ଜାଗାରେ ଅଧାପନ୍ତରିଆ ହୋଇ ପଡି ରହିବା କାରଣରୁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଗମନାଗମନରେ ଅସୁବିଧା ଭୋଗୁଛନ୍ତି। କିନ୍ତୁ ଠିକାଦାରମାନେ ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ କରିବା ପାଇଁ ଆଦୌ ମନ ଦେଉ ନ ଥିବା ଅଭିଯୋଗ ହୋଇଆସୁଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଉଦାସୀନତା ଏଥିପାଇଁ ମୁଖ୍ୟତଃ ଦାୟୀ ବୋଲି କୁହାଯାଉଛି। କେନ୍ଦୁଝର ସଦର ବ୍ଲକର ବିସ୍ତାପାଳଠାରୁ ମଙ୍ଗଳାପଶି ପର୍ଯ୍ୟନ୍ତ ଅଢେଇ କି.ମି. ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇଛି। ଏହି ରାସ୍ତା ପାଇଁ ୧କୋଟି ୪୫ଲକ୍ଷ ୫୪ହଜାର ୫୪୩ଟଙ୍କା ୨୦୧୫-୧୬ ଆର୍ଥିକ ବର୍ଷରୁ ମଞ୍ଜୁର ହୋଇଛି। ଏହି ରାସ୍ତାର ଠିକା କାମ ଅନୁଗୋଳ ଜିଲାର ଏକ କନଷ୍ଟ୍ରକଶନ ନେଇଛି। କାମଟି ୩ା୧୧ା୨୦୧୫ରୁ ଆରମ୍ଭ ହୋଇ ୨ା୧୧ା୨୦୧୬ ଏକବର୍ଷ ମଧ୍ୟରେ ସରିବା କଥା। ମାତ୍ର ଇତିମଧ୍ୟରେ ୩ବର୍ଷ ବିତିଯାଇଥିଲେ ମଧ୍ୟ ରାସ୍ତା କାମ ଅଧାରେ ପଡିରହିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରି ଚଳୁଥିବା ଜନସାଧାରଣ ଗମନାଗମନରେ ଅସୁବିଧା ଭୋଗୁଛନ୍ତି। ମିଳିଥିବା ସୂଚନା ଅନୁସାରେ ବିସ୍ତାପାଳ-ମଙ୍ଗଳାପଶି ୨.୫କିମି ରାସ୍ତା ମଧ୍ୟରୁ ୨.୨୧୩ କିମି ପିଚୁ ଏବଂ ୦.୨୯୦ କିମି କଂକ୍ରିଟ ରାସ୍ତା ପାଇଁ ବ୍ୟୟବରାଦ ହୋଇଛି। ଠିକାଦାର ଏହି ରାସ୍ତାର ମାଟିମୋରମ କାମ କିଛି ସ୍ଥାନରେ କରିଥିଲେ ମଧ୍ୟ ଆଉ କେତେକ ସ୍ଥାନରେ ଖଣ୍ଡିଆ ହୋଇପଡିଛି। କେତେକ ସ୍ଥାନରେ ମେଟାଲ କିଛି ଠୁଳ କରି ରଖାଯାଇଥିଲେ ମଧ୍ୟ ମେଟାଲିଂ କରାଯାଇନାହିଁ। ଧାର୍ଯ୍ୟ ସମୟର ଅବଧି ଶେଷ ହେବାର ଦୁଇବର୍ଷ ଅତିକ୍ରାନ୍ତ କରିଗଲାଣି। କିନ୍ତୁ ଠିକାଦାର ଏହି ରାସ୍ତା କାମ ସମ୍ପୂର୍ଣ୍ଣ ନ କରିବାର କାରଣ ବୁଝାପଡୁନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri