୩ବର୍ଷରେ କେସିସି ବ୍ୟାଙ୍କରେ ୬ କୋଟିର ଦୁର୍ନୀତି ଅଭିଯୋଗ

ଜୟପୁର,୫ା୩(ଡି.ଏନ୍‌.ଏ.) କୋରାପୁଟ କେନ୍ଦ୍ରିୟ ସମବାୟ ବ୍ୟାଙ୍କ (କେସିସିବି)ରେ ଗତ ତିନିବର୍ଷରେ ୬କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏ ନେଇ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ମାମଲା ରହିଥିବା ବେଳେ ବୁଧବାର ଆୟୁ୍‌କ୍ତଙ୍କ ନିକଟରେ ପ୍ରତିପକ୍ଷ ହାଜର ହୋଇ ସମସ୍ତ ତଥ୍ୟ ରଖିବାକୁ ପୂର୍ବରୁ ନୋଟିସ ହୋଇଛି। ବ୍ୟାଙ୍କ କର୍ତ୍ତୃପକ୍ଷ ଓ ପରିଚାଳନା କମିଟି ପକ୍ଷରୁ ନିଯୁକ୍ତ ଆଇନଜୀବୀ ୨ମାସ ସମୟ ପାଇଁ ଆବେଦନ କରିଥିଲେ ମଧ୍ୟ ଲୋକାୟୁକ୍ତ କେବଳ ଏକ ମାସ ୫ଦିନ ସମୟ ଦେଇଛନ୍ତି। ସେହି ଅନୁସାରେ ଏପ୍ରିଲ ୯ରେ ପରବର୍ତ୍ତୀ ଶୁଣାଣି ହେବ।
ଉଲ୍ଲେଖଯୋଗ୍ୟ, ୨୦୧୫-୧୬, ୨୦୧୬-୧୭ ଓ ୨୦୧୭-୧୮ରେ କେସିସି ବ୍ୟାଙ୍କରେ ବିଭିନ୍ନ ଖର୍ଚ୍ଚ ଦର୍ଶାଇ ୬ କୋଟି ୨ଲକ୍ଷ ୮୮୭୦ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। କୋରାପୁଟ ସଦର ଗାନ୍ଧି ନଗରର ବାସିନ୍ଦା ମନୋଜ ବାହିନୀପତି ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିବା ପରେ ଗତ ଡିସେମ୍ବର ୩୧ରେ ଏକ ମାମଲା (ଏଲୱାଇ ୧୧୩୦/୧୯) ରୁଜୁ ହୋଇଥିଲା। ଏଥିରେ ବ୍ୟାଙ୍କ ପରିଚାଳନା କମିଟି ସଭାପତି, ସଂପାଦକ ଓ କ୍ରୟ ଦାୟିତ୍ୱରେ ଥିବା ଜଣେ ସହକାରୀ ମ୍ୟାନେଜରଙ୍କୁ ଦାୟୀ କରାଯାଇଥିଲା। ଗତ ୩ ବର୍ଷରେ ୬ କୋଟି ୨ ଲକ୍ଷ ୮ ହଜାର ୮୦୭ ଟଙ୍କା ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ପୂର୍ବରୁ ଲୋକପାଳ ତଥା ଲୋକାୟୁକ୍ତ ବିଲ ୨୦୧୩ ଅନୁଯାୟୀ ମାମଲା ହୋଇଥିଲା। କିନ୍ତୁ ୨୦୧୪ରେ ନୂତନ ବିଲ ପାର୍ଲାମେଣ୍ଟରେ ମଞ୍ଜୁର ହେବା ପରେ ଅଭିଯୋଗକାରୀଙ୍କୁ ନୂତନ ଧାରା ଅନୁଯାୟୀ ମାମଲା ରୁଜୁ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିଲେ। ସେହି କ୍ରମରେ ପୁନର୍ବାର ଗତ ଡିସେମ୍ବରରେ ମାମଲା ରୁଜୁ ପରେ ବୁଧବାର ଏହାର ପ୍ରଥମ ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri