୩ବର୍ଷରେ କେସିସି ବ୍ୟାଙ୍କରେ ୬ କୋଟିର ଦୁର୍ନୀତି ଅଭିଯୋଗ

ଜୟପୁର,୫ା୩(ଡି.ଏନ୍‌.ଏ.) କୋରାପୁଟ କେନ୍ଦ୍ରିୟ ସମବାୟ ବ୍ୟାଙ୍କ (କେସିସିବି)ରେ ଗତ ତିନିବର୍ଷରେ ୬କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏ ନେଇ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ମାମଲା ରହିଥିବା ବେଳେ ବୁଧବାର ଆୟୁ୍‌କ୍ତଙ୍କ ନିକଟରେ ପ୍ରତିପକ୍ଷ ହାଜର ହୋଇ ସମସ୍ତ ତଥ୍ୟ ରଖିବାକୁ ପୂର୍ବରୁ ନୋଟିସ ହୋଇଛି। ବ୍ୟାଙ୍କ କର୍ତ୍ତୃପକ୍ଷ ଓ ପରିଚାଳନା କମିଟି ପକ୍ଷରୁ ନିଯୁକ୍ତ ଆଇନଜୀବୀ ୨ମାସ ସମୟ ପାଇଁ ଆବେଦନ କରିଥିଲେ ମଧ୍ୟ ଲୋକାୟୁକ୍ତ କେବଳ ଏକ ମାସ ୫ଦିନ ସମୟ ଦେଇଛନ୍ତି। ସେହି ଅନୁସାରେ ଏପ୍ରିଲ ୯ରେ ପରବର୍ତ୍ତୀ ଶୁଣାଣି ହେବ।
ଉଲ୍ଲେଖଯୋଗ୍ୟ, ୨୦୧୫-୧୬, ୨୦୧୬-୧୭ ଓ ୨୦୧୭-୧୮ରେ କେସିସି ବ୍ୟାଙ୍କରେ ବିଭିନ୍ନ ଖର୍ଚ୍ଚ ଦର୍ଶାଇ ୬ କୋଟି ୨ଲକ୍ଷ ୮୮୭୦ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। କୋରାପୁଟ ସଦର ଗାନ୍ଧି ନଗରର ବାସିନ୍ଦା ମନୋଜ ବାହିନୀପତି ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିବା ପରେ ଗତ ଡିସେମ୍ବର ୩୧ରେ ଏକ ମାମଲା (ଏଲୱାଇ ୧୧୩୦/୧୯) ରୁଜୁ ହୋଇଥିଲା। ଏଥିରେ ବ୍ୟାଙ୍କ ପରିଚାଳନା କମିଟି ସଭାପତି, ସଂପାଦକ ଓ କ୍ରୟ ଦାୟିତ୍ୱରେ ଥିବା ଜଣେ ସହକାରୀ ମ୍ୟାନେଜରଙ୍କୁ ଦାୟୀ କରାଯାଇଥିଲା। ଗତ ୩ ବର୍ଷରେ ୬ କୋଟି ୨ ଲକ୍ଷ ୮ ହଜାର ୮୦୭ ଟଙ୍କା ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ପୂର୍ବରୁ ଲୋକପାଳ ତଥା ଲୋକାୟୁକ୍ତ ବିଲ ୨୦୧୩ ଅନୁଯାୟୀ ମାମଲା ହୋଇଥିଲା। କିନ୍ତୁ ୨୦୧୪ରେ ନୂତନ ବିଲ ପାର୍ଲାମେଣ୍ଟରେ ମଞ୍ଜୁର ହେବା ପରେ ଅଭିଯୋଗକାରୀଙ୍କୁ ନୂତନ ଧାରା ଅନୁଯାୟୀ ମାମଲା ରୁଜୁ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିଲେ। ସେହି କ୍ରମରେ ପୁନର୍ବାର ଗତ ଡିସେମ୍ବରରେ ମାମଲା ରୁଜୁ ପରେ ବୁଧବାର ଏହାର ପ୍ରଥମ ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri