୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ ଆନ୍ଦୋଳନ କରିବାକୁ ସଜବାଜ ହେଉଛନ୍ତି। ଗଜପତି ଜିଲାର ରାଇଗଡ, ନୂଆଗଡ ଓ ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ଆର.ଉଦୟଗିରିରେ ରବିବାର ଏକାଠି ହୋଇ ଏକ ବୈଠକ କରିଥିଲେ। ବୈଠକରେ ସେମାନଙ୍କ ବିଭିନ୍ନ ସମସ୍ୟା ଆଲୋଚନା ହୋଇଥିଲା। ଅସ୍ଥାୟୀ କର୍ମଚାରୀଙ୍କ ଦାବି ତଥା ସମସ୍ୟା ସମାଧାନ ନିମନ୍ତେ ପୂର୍ବରୁ ବହୁବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନି। ଏହା ପ୍ରତିବାଦରେ ଆସନ୍ତା ୩ରୁ ହେବାକୁ ଥିବା ଆନ୍ଦୋଳନରେ ସାମିଲ ହେବେ ବୋଲି ପଞ୍ଚାୟତ ଅସ୍ଥାୟୀ କର୍ମଚାରୀମାନେ ନିଷ୍ପତ୍ତି ନେଇଛନ୍ତି। ବୈଠକରେ ଅସ୍ଥାୟୀ କର୍ମଚାରୀ ସଂଘ ରାଇଗଡ ବ୍ଲକ ସଭାପତି ବିନୋଦ କୁମାର ପ୍ରଧାନ, ସମ୍ପାଦକ ଦୁର୍ଯ୍ୟୋଧନ ବଡକୁମର, ନୂଆଗଡ ବ୍ଲକ ସଭାପତି ଲକ୍ଷ୍ମୀକାନ୍ତ ବେହେରଦଲେଇ, ସମ୍ପାଦକ ଗଙ୍ଗା ରଇତ, ଆର.ଉଦୟଗିରି ବ୍ଲକ ସଭାପତି ଗୌରାଙ୍ଗ ଦତ୍ତ, ସମ୍ପାଦକ ରଘୁନାଥ ପ୍ରଧାନୀ, ସହ ସମ୍ପାଦକ ଲକ୍ଷ୍ମୀ ବେହେରଦଳେଇଙ୍କ ସମେତ ୩ ବ୍ଳକର ୨୦୦ରୁ ଉର୍ଦ୍ଧ୍ୱ ଅସ୍ଥାୟୀ ପଞ୍ଚାୟତ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri