୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ

ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ବିଶୁଦ୍ଧ ତୁଳା ଲଗ୍ନେ ମୀନ ନବାଂଶେ ଦେବୀଙ୍କଠାରେ ଭୋଗ ଲାଗିବ। ଶନିବାର ସମ୍ବଲପୁର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରଠାରେ ପଣ୍ଡିତମାନେ ସର୍ବସମ୍ମତି ମତେ ଏହି ଲଗ୍ନ ସ୍ଥିର କରିଛନ୍ତି। ପରମ୍ପରାନୁସାରେ ଭାଦ୍ରବ କୃଷ୍ଣପକ୍ଷ ନବମୀ ତିଥିରେ ଝୁଲଣ ମଣ୍ଡପ ସମ୍ମୁଖରେ ସହର ତଥା ବିଭିନ୍ନ ଅଞ୍ଚଳର ପଣ୍ଡିତମାନେ ସମବେତ ହୋଇଥିଲେ। ଏହି ଅବସରରେ ବିଷ୍ଣୁ ସହସ୍ରନାମ ପାଠ କରାଯାଇଥିଲା। ବିଶ୍ୱଂ ବିଷ୍ଣୁ ବଶଟ୍‌କାରୋ, ଭୁତ ଭବ ଭବତ ପ୍ରଭୁ…. ମନ୍ତ୍ରରେ ମୁଖରିତ ହେବା ସହ ହରିବୋଲ ଓ ଶଙ୍ଖ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ମନ୍ଦିର ପରିସର। ଏହାପରେ ପଣ୍ଡିତମାନେ ଠାକୁରଙ୍କଠାରୁ ଲଗ୍ନ ଧାର୍ଯ୍ୟ କରିବା ପାଇଁ ଆଜ୍ଞା ମାଗିଥିଲେ। ସମସ୍ତ ପଣ୍ଡିତମାନଙ୍କ ଲଗ୍ନକୁ ଏକତ୍ରିତ କରାଯାଇଥିଲା। ଏହାପରେ ରାଶି, ନକ୍ଷତ୍ରକୁ ଗଣନା କରାଯାଇ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଲଗ୍ନ ବାହାରିଥିଲା। ଲଗ୍ନପତ୍ର ବ୍ରହ୍ମପୁରା ଠାକୁର ଓ ଝୁଲଣ ମଣ୍ଡପରେ ଉପବିଷ୍ଟ ରାଧାକୃଷ୍ଣଠାରେ ଉଚ୍ଚାରଣ କରାଯାଇଥିଲା। ଏହାପରେ ବ୍ରହ୍ମପୁରା ଟ୍ରଷ୍ଟ ବୋର୍ଡ କମିଟି, ପଣ୍ଡିତମାନେ ଶୋଭାଯାତ୍ରା ବାହାରି ସମଲେଶ୍ୱରୀ ମନ୍ଦିରରେ ପହଞ୍ଚତ୍ଥିଲେ। ଦୁଲଦୁଲି ବାଦ୍ୟରେ ଶୋଭାଯାତ୍ରା ପଥ ଦୁଲୁକି ଉଠିଥିଲା। ସେଠାରେ ମନ୍ଦିର ପୂଜକମାନେ ପଣ୍ଡିତମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ ବିଧି ଅନୁସାରେ ବ୍ରହ୍ମପୁରା ମନ୍ଦିର ପୂଜକ ସନ୍ତୋଷ କୁମାର ପଣ୍ଡା ସମଲେଇଙ୍କଠାରେ ଲଗ୍ନପତ୍ର, ନାରୀକେଳ ଓ ପୁଷ୍ପ ପ୍ରଦାନ କରିଥିଲେ। ଟ୍ରଷ୍ଟବୋର୍ଡ ସଭାପତି ସରୋଜ କୁମାର ଦଳପତଙ୍କ ପରିଚାଳନାରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଶ୍ରୀ ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ସଭାପତି ପଣ୍ଡିତ ଲକ୍ଷ୍ମଣ ବେହେରା, ପଣ୍ଡିତ ଅମରନାଥ ମିଶ୍ର, ପଣ୍ଡିତ ଜିତେନ୍ଦ୍ର କୁମାର ନନ୍ଦ, ପଣ୍ଡିତ ଅମରେନ୍ଦ୍ର ପୂଜାରୀ, ପଣ୍ଡିତ ସୁରେଶଚନ୍ଦ୍ର ଦେବତା, ଶୈଳେନ୍ଦ୍ର ପୂଜାରୀ, ମନବୋଧ ପାଢ଼ୀ, ପଣ୍ଡିତ ଗୋପୀନାଥ ପଣ୍ଡା, ପଣ୍ଡିତ ଶଶାଙ୍କ ଶେଖର ମିଶ୍ର, ଭଗବାନ ବଡପଣ୍ଡା, ପଣ୍ଡିତ ଡ. ସଚ୍ଚିଦାନନ୍ଦ ପ୍ରସାଦ ମିଶ୍ର କରଶର୍ମା ପ୍ରମୁଖ ଯୋଗଦେଇଥିଲେ। ଟ୍ରଷ୍ଟ ବୋର୍ଡ ସଭ୍ୟ ସୁଶାନ୍ତ କୁମାର ପୁରୋହିତ, ଅଭିଷେକ ମିଶ୍ର, ସଞ୍ଜୟ କୁମାର ସାହୁ, ପ୍ରାଣରଞ୍ଜନ ପଣ୍ଡା, ଶୁଭେନ୍ଦୁ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri