୩ରେ ଧର୍ମଘଟକୁ ଉହ୍ଲାଇବ ବିଏମ୍‌ଏସ୍‌

ନୂଆଦିଲ୍ଲୀ,୨୯-୧୨: ଘରୋଇକରଣ,ପୁଞ୍ଜି ପ୍ରତ୍ୟାହର ଏବଂ ବେକାରି ଭଳି ପ୍ରସଙ୍ଗ ଆଧାରରେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ୍‌) ଜାନୁୟାରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ପ୍ରତି ଜିଲାର ମୁଖ୍ୟାଳୟରେ ବିରୋଧ ପ୍ରଦର୍ଶନ କରାଯିବ ବୋଲି ବିଏମ୍‌ଏସ୍‌ ପକ୍ଷରୁ ଶନିବାର ଏକ ପ୍ରେସ ବିବୃତ୍ତିରେ କୁହାଯାଇଛି। ଏହାବାଦ ଦିଲ୍ଲୀର ଜନ୍ତରମନ୍ତରରେ ବିରୋଧ ପ୍ରଦର୍ଶନ କରାଯିବ। ଔପଚାରିକ କ୍ଷେତ୍ରର ବିଭିନ୍ନ ନିଯୁକ୍ତି ଠିକା ଭିତ୍ତିକ ହୋଇଛି। କର୍ମଚାରୀଙ୍କ ନିରାପତ୍ତା ଏବେ ସଙ୍କୁଚିତ ହୋଇଛି। ଠିକା ନିଯୁକ୍ତିକୁ ସଂଘ ପକ୍ଷରୁ ବିରୋଧ କରାଯାଇଛି। ସେହିଭଳି ସ୍କିମ ଓ୍ବାର୍କରଙ୍କୁ ସରକାରୀ କର୍ମଚାରୀଭାବେ ନିଯୁକ୍ତି ଦେବାକୁ ସଂଘ କହିଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣ, ପୁଞ୍ଜି ପ୍ରତ୍ୟାହାର, ଅଂଶଧନ ବିକ୍ରି, ବିଭିନ୍ନ କ୍ଷେତ୍ରରେ ଏଫ୍‌ଡିଆଇ ବୃଦ୍ଧି ଏବଂ ରେଲଓ୍ବେର ବିରୋଧ କରାଯାଇଛି। ଶ୍ରମ ଆଇନକୁ ଠିକ୍‌ ଭାବେ ଲାଗୁ କରାଇବା ନେଇ କେନ୍ଦ୍ର ସରକାରଙ୍କ ନିକଟରେ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri