୩ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର୍‌ ଜବତ, ୨ ଗିରଫ

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ୧୬ନଂ ଜାତୀୟ ରାଜପଥ ବଡଚଣା ନିକଟରୁ ଗଞ୍ଜେଇ ଭର୍ତ୍ତି ଏକ କାର୍‌କୁ ଜବତ କରିଛି। ଅବକାରୀ ଅଧୀକ୍ଷକ ରଜତ କୁମାର ପ୍ରହରାଜ କୌଣସି ସୂତ୍ରରୁ ଖବରପାଇ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କୁ ଉକ୍ତ ଗଞ୍ଜେଇ ଚୋରାଚାଲାଣ କରୁଥିବା ଗାଡିକୁ ଧରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଇନ୍ସପେକ୍ଟର ସ୍ବପ୍ନାରାଣୀ, ସବଇନ୍ସପେକ୍ଟର ବିଜୟଲକ୍ଷ୍ମୀ ଦାସ ମୋବାଇଲ ଟିମକୁ ନେଇ ଉକ୍ତ ସ୍ଥାନରେ ଜଗି ରହି ଓଆର୦୫ଏସଇ୩୫୯୮ ନମ୍ବର ବିଶିଷ୍ଟ କାର୍‌ଟିକୁ ଅଟକାଇ ଥିଲେ। ସେଥିରୁ ୨ଟି ବସ୍ତାରେ ଥିବା ୩ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇକୁ ଜବତ କରାଯାଇଥିଲା। ଏଥିସହିତ ଗାଡି ଚାଳକ ଫୁଲବାଣୀର ପ୍ରମୋଦ କୁମାର ଗୌଡ ଓ କଟକ ଜିଲା ଟାଙ୍ଗୀ ଥାନା ଗୋବିନ୍ଦପୁରର ଶରତ ବାରିକଙ୍କୁ ଅବକାରୀ ବିଭାଗ ଗିରଫ କରିଥିଲେ। ଏହି ଗଞ୍ଜେଇ ଫୁଲବାଣୀରୁ ଭଦ୍ରକ ନେଇ ଯାଉଥିବା ଡ୍ରାଇଭର ତଥା ଚୋରାଚାଲାଣକାରୀ ଦ୍ୱୟ ଅଧିକାରୀଙ୍କ ନିକଟରେ ପ୍ରକାଶ କରିଥିବାବେଳେ କାହାକୁ ଏହି ଗଞ୍ଜେଇ ବିକ୍ରି କରାଯାଇଥାନ୍ତା ସେ ସମ୍ପର୍କରେ ସେମାନେ କୌଣସି ମୁହଁ ଖୋଲିନାହାନ୍ତି। ଏ ନେଇ ଏକ ମାମଲା (ନଂ ୧୨/୧୯) ରୁଜୁ କରାଯାଇ ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri