୩ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ଚିନ୍ତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଓଡ଼ିଶାରେ ୩ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରର ହୋଇଥିବାବେଳେ ସେ ସର୍ବାଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସେମାନେ ହେଲେ ପରିବାର ସଦସ୍ୟ, ସମ୍ପର୍କୀୟ, ବିମାନ ଯାତ୍ରୀ, ବିଧାନସଭା ଡିସ୍‌ପେନ୍‌ସାରି, କ୍ୟାପିଟାଲ ହସ୍ପିଟାଲ ଓ ଘରୋଇ କ୍ଲିନିକ୍‌ର ଡାକ୍ତର, ନର୍ସ, ରୋଗୀ ଏବଂ ବିଧାନସଭାର ଜଣେ କର୍ମଚାରୀ। ଏମାନଙ୍କ ସଂସ୍ପର୍ଶରେ ମଧ୍ୟ ଅନେକ ଆସିଥିବେ। ତେଣୁ ସମସ୍ତଙ୍କୁ ଠାବ କରିବା ସେତେଟା ସହଜ ନ ଥିବାରୁ ସଂକ୍ରମଣ ସମ୍ଭାବନା ଚିନ୍ତା ବଢ଼ାଇଛି। ଅନ୍ୟପକ୍ଷରେ ଶୁକ୍ରବାର ଅପରାହ୍ନ ୧ଟା ସୁଦ୍ଧା ଓଡ଼ିଶାରେ ମୋଟ ୨୫୬ ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି। ସେଥିମଧ୍ୟରୁ ୧୮୯ ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩ ଛୁଇଁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବରୁ ସଂକ୍ରମିତ ୨ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ଗୁରୁବାର ଚିହ୍ନଟ ତୃତୀୟ ପଜିଟିଭ୍‌ ରୋଗୀ ଏବେ ଚିକିତ୍ସାଧୀନ ଅଛନ୍ତି। ସେ ମଧ୍ୟ ସାଧାରଣ ଖାଦ୍ୟ ଖାଉଥିବା ବିଭାଗ ସୂଚନା ଦେଇଛି। ତେବେ ପ୍ରଥମ ୨ ପଜିଟିଭ୍‌ ଚିହ୍ନଟଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ଜଣ ଆସିଥିବା ତଥ୍ୟ ମିଳିଛି। ସମସ୍ତଙ୍କ ସହ ଯୋଗାଯୋଗ ହୋଇସାରିଥିବାବେଳେ ୩୭ଜଣଙ୍କୁ ଡାକ୍ତରଖାନା ଆଇସୋଲେଶନରେ ରଖାଯାଇଛି। ଇତିମଧ୍ୟରେ କେତେଜଣଙ୍କୁ ଆଇସୋଲେଶନରୁ ଛାଡ଼ି ଦିଆଯାଇଥିବା ସୂଚନା ମିଳିଛି। ଏପଟେ ତୃତୀୟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଏବେ ଠାବ କରାଯାଉଛି। ସମସ୍ତଙ୍କୁ ଚିହ୍ନଟ ପାଇଁ ସ୍ବତନ୍ତ୍ର ମନିଟରିଂ ଟିମ୍‌ ଲାଗିପଡିଛି। ରାଜଧାନୀରେ ୧୦ ଟିମ୍‌ କାର୍ଯ୍ୟ କରୁଥିବାବେଳେ ରାଜ୍ୟରେ ମୋଟ ୧୦୦ ଟିମ୍‌ ନିୟୋଜିତ ରହିଛି। ବାହାର ରାଜ୍ୟ ଓ ବିଦେଶରୁ ଫେରିଥିବା ସନ୍ଦିଗ୍ଧଙ୍କୁ ଖୋଜାଚାଲିଛି। ଖୁବ୍‌ଶୀଘ୍ର ସମସ୍ତଙ୍କୁ ଚିହ୍ନଟ କରାଯାଇ ଆଇସୋଲେଶନରେ ରଖାଯିବ ବୋଲି କୁହାଯାଇଛି। ସେହିଭଳି ବର୍ତ୍ତମାନ ସୁଦ୍ଧା ବିଦେଶରୁ ଆସିଥିବା ମୋଟ ୪୪୯୫ଜଣ ହେଲ୍ପଲାଇନ୍‌ ନଂ.୧୦୪ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri