୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ

ବିଶୋଇ,୧୩ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଅଭିଯୁକ୍ତ ଗୋରା ମାହାଲି(୫୫)ଙ୍କୁ ଗିରଫ କରିବା ସହ ଏକ ମାମଲା (ନଂ.୧୮/୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ବାଢୁଣିଆ ସ୍ଥିତ କଲୋନୀ ସାହିରେ ରହୁଥିବା ଗୋରା ଓ ତାଙ୍କ ତୃତୀୟ ସ୍ତ୍ରୀ ମାଇନ ମାହାଲି (୪୫)ଙ୍କ ମଧ୍ୟରେ ମଙ୍ଗଳବାର ରାତିରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆ ସାହାଯ୍ୟରେ ଗୋରା ଆକ୍ରମଣ କରିବାରୁ ଘଟଣାସ୍ଥଳରେ ମାଇନଙ୍କର ମୃତ୍ୟୁ ଘଟିଥିଲା। ବୁଧବାର ସକାଳେ ଅଭିଯୁକ୍ତ ଗୋରା ବିଶୋଇ ଥାନାରେ ଆତ୍ମସମର୍ପଣ କରିବା ପରେ ଘଟଣା ପଦାକୁ ଆସିଥିଲା। ରାଇରଙ୍ଗପୁର ଏସଡିପିଓ ସ୍ନେହାଶିଷ ସାହୁଙ୍କ ସମେତ ଥାନା ଅଧିକାରିଣୀ କୁନି ବେଶ୍ରା, ଏସଆଇ ଶୁଭେନ୍ଦୁ ଭୂଷଣ ମହାନ୍ତି ପ୍ରମୁଖ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ରାଇରଙ୍ଗପୁର ମେଡିକାଲ ପଠାଯାଇଥିବା ବେଳେ ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଉଲ୍ଲେଖଯୋଗ୍ୟ ଯେ, ଗୋରାଙ୍କ ପ୍ରଥମ ସ୍ତ୍ରୀ ସେହି ଗାଁରେ ରହୁଥିତ୍ବା ବେଳେ ଦ୍ୱିତୀୟ ସ୍ତ୍ରୀ ଘର ଛାଡି କେଉଁଆଡ଼େ ପଳାଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri