Posted inଜାତୀୟ

୩୦ ହଜାର ଯାତ୍ରୀଙ୍କୁ ଜାତୀୟ ପତାକା ବାଣ୍ଟିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଏୟାର ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ମେଟ୍ରୋ ସହର ସମେତ ଶ୍ରୀନଗର ବିମାନ ବନ୍ଦରରେ ଯାତ୍ରୀଙ୍କୁ ରବିବାର ଜାତୀୟ ପତାକା ବଣ୍ଟନ କରାଯାଇଛି। ୩୦ ହଜାରରୁ ଅଧିକ ଯାତ୍ରୀଙ୍କୁ ଜାତୀୟ ପତାକା ପ୍ରଦାନ କରାଯାଇଥିବା ଏୟାର ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଜାତୀୟ ପତାକା ଗୁଡ଼ିକ କାଗଜରେ ତିଆରି ହୋଇଥିବାବେଳେ ଏହାକୁ ମଧ୍ୟପ୍ରଦେଶର ସହାରିୟା ଜନଜାତି କାରିଗରଙ୍କ ଦ୍ୱାରା ନିର୍ମିତ ହୋଇଛି। ଜାତୀୟ ପତାକାକୁ ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, ହାଇଦ୍ରାବାଦ୍‌ ଏବଂ ଶ୍ରୀନଗର ଆଦି ବିମାନ ବନ୍ଦରରେ ବଣ୍ଟନ କରାଯାଇଥିଲା ବୋଲି ଏୟାର ଇଣ୍ଡିଆ ପ୍ରବକ୍ତା ଧନଞ୍ଜୟ କୁମାର କହିଛନ୍ତି। ଶ୍ରୀନଗରରେ ଯାତ୍ରୀମାନଙ୍କ ମଧ୍ୟରେ ୮ ଶହ ଜାତୀୟ ପତାକା ବଣ୍ଟନ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri