୩୦ରୁ ତିହିଡ଼ି ମହୋତ୍ସବ

ତିହିଡ଼ି,୨୯ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି କାଳିପଡ଼ିଆରେ ଆସନ୍ତା ୩୦ ତାରିଖଠାରୁ ତିହିଡ଼ି ମହୋତ୍ସବ ଆରମ୍ଭ ହେବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୋମବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ମହୋତ୍ସବର କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ତିହିଡ଼ି ସ୍ଥିତ ଶ୍ୟାମା କ୍ଲବ ପରିସରରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମହୋତ୍ସବ କମିଟିର ସଭାପତି ଶିକ୍ଷାବିତ ସୋମନାଥ ପାଢ଼ୀ କହିଥିଲେ ଯେ, ସ୍ବାସ୍ଥ୍ୟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଥିବାରୁ ବିଶିଷ୍ଟ ଚିକିତ୍ସକ ଡା. ଅଶୋକ ମହାପାତ୍ର ଓ ଡା. ସୁଜିତ୍‌ କୁମାର ତ୍ରିପାଠୀ ଉତ୍ସବରେ ଯୋଗଦେବେ। ଏହାଛଡ଼ା ବ୍ଲକର ୫ଟି ହାଇସ୍କୁଲର ଛାତ୍ରୀଛାତ୍ରମାନେ ୫ଦିନ ଧରି ନାଟକ ପରିବେଷଣ କରିବେ। ବ୍ଲକର ୫ଟି ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ୫ଦିନ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ମହୋତ୍ସବରେ ଆଞ୍ଚଳିକ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ସାହିତ୍ୟ, ସଂସ୍କୃତି, ପ୍ରବଚନ ଓ ହାସ୍ୟରସଭିତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହୋତ୍ସବର ବିଭିନ୍ନ ଦିବସରେ ବିଭିନ୍ନ ପ୍ରଶାସନିକ ଅଧିକାରୀ, ଚଳଚ୍ଚିତ୍ର ଅଭିନେତ୍ରୀ, ଅଭିନେତା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା କୁହାଯାଇଥିଲା। ସମ୍ମିଳନୀରେ ଡ. ଲକ୍ଷ୍ମୀଧର ତ୍ରିପାଠୀ, ଅମର ଜେନା, ହେମନ୍ତ ମହାପାତ୍ର, ଧୀରେନ୍ଦ୍ର ସାହୁ, ମନୋଜ ସେନାପତି, ନରେନ୍ଦ୍ର ବାରିକ, ଅମୂଲ୍ୟ ସେନାପତି, ପ୍ରିୟବ୍ରତ ପାଢ଼ୀ, ଗିରିଜାରମଣ ଜେନା, ପ୍ରଭାତ ଜେନା ପ୍ରମୁଖ କର୍ମକର୍ତ୍ତାଙ୍କ ସମେତ ବିଜେଡି ବ୍ଲକ ସଭାପତି ରଘୁନାଥ ପଣ୍ଡା, କଂଗ୍ରେସ ବ୍ଲକ ସଭାପତି ସରୋଜ ଦାସ, ଭାଜପା ନେତା ରଘୁନାଥ ପାତ୍ର ଏବଂ ବିଭିନ୍ନ ସାମାଜିକ ସଙ୍ଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?