Posted inପୁରୀ

୩୦୦ ପରିବାରକୁ ରାଶନ ସାମଗ୍ରୀ ବଣ୍ଟନ

ପିପିଲି,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅଧୀନ ତେଇସିପୁର ପଞ୍ଚାୟତର ନୂଆଗୋଡି ଗ୍ରାମରେ ଦିଗମ୍ବର ଜୈନ ସମାଜ ସଂଗଠନ ପକ୍ଷରୁ ଲକଡାଉନ ଯୋଗୁ ଅସୁବିଧାରେ ଥିବା ୩୦୦ ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହି ସଂଗଠନର ସଦସ୍ୟ ସୌରଭ ଜୈନ ଓ ତରୁଣ ଚୌଧୁରୀ ଜୈନ ପ୍ରମୁଖ ନୂଆଗୋଡି ଗ୍ରାମରେ ପହଞ୍ଚତ୍ ସ୍ଥାନୀୟ ସମିତିସଭ୍ୟ ତଥା ଆମତ୍ା ଅଧ୍ୟକ୍ଷ ଧରଣୀଧର ସାହୁ, ସରପଞ୍ଚ ନରେନ୍ଦ୍ର ଦାଶ, ୱାର୍ଡମେମ୍ବର ମିର ଆଜାଦ୍‌ଙ୍କ ଉପସ୍ଥିତିରେ ଗ୍ରାମର ସମସ୍ତ ଘର ଘର ବୁଲି ଲୋକଙ୍କୁ ସଚେତନତା କରିବା ସହ ରାଶନ ସାମଗ୍ରୀ ବଣ୍ଟନ କରିଥିଲେ। ପ୍ରତି ପ୍ୟାକେଟରେ ଉଷୁନା ଚାଉଳ ୫କେଜି, ଅରୁଆ ଚାଉଳ ୨କେଜି, ଡାଲି ୧କେଜି, ତେଲ ୫୦୦ଗ୍ରାମ, ଚୁଡା ୧କେଜି, ଚିନି ୫୦୦ଗ୍ରାମ, ଚା ୫୦ଗ୍ରାମ, ଲୁଣ ୧କେଜି, ଲଙ୍କାଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ ୧୦୦ଗ୍ରାମ ସହ ଦିଆସିଲ ୧ ପ୍ୟାକେଟ ରହିଥିବା ବେଳେ ୩ଶହ ପରିବାରକୁ ପ୍ରଦାନ କରାଯାଇଛି। ଲକଡାଉନ ଯୋଗୁ ରୋଜଗାର ହରାଇ ଭୋକଉପାସରେ ଥିବା ଏହି ଗରିବ ପରିବାରଙ୍କୁ ଘରକୁ ଯାଇ ରାସନ ସାମଗ୍ରୀ ଯୋଗାଇ ଥିବାରୁ ଜୈନ ସମାଜକୁ ଅଞ୍ଚଳରେ ସାଧୁବାଦ ଜଣାଇବା ସହ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri