୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସଂକ୍ରମଣ ନ ବ୍ୟାପିବ ପାଇଁ ପ୍ରଶାସନ ତରଫରୁ ଦୃଢ ପଦକ୍ଷେପ ନିଆଯାଉଛି। ଜିଲାର ବିଭିନ୍ନ ସ୍ଥାନକୁ ସାନିଟାଇଜ କରାଯାଉଥିବା ବେଳେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଅପରପକ୍ଷରେ ଜିଲାରେ କୋଭିଡ୍‌-୧୯ ହସ୍‌ପିଟାଲ,କ୍ୱାରାନଟାଇନ୍‌ ଗୃହ ବ୍ୟବସ୍ଥା କରାଯିବା ସହ ଲକ୍‌ ଡାଉନ୍‌ ଉଲ୍ଲଘଂନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଜିଲାରେ ଲକ୍‌ ଡାଉନ୍‌ ବୁଧବାର ୧୫ ଦିନରେ ପହଁଞ୍ଚି ଥିଲେ ମଧ୍ୟ ଗ୍ରାମାଞ୍ଚଳର କେତେକ ଲୋକ ସାମାଜିକ ଦୂରତ୍ୱକୁ ମାନୁ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?