Posted inଜାତୀୟ

୩୧ ଯାଏ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ନୂଆଦିଲ୍ଲୀ, ୧୩।୩: କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ସରକାରଙ୍କ ବିଭିନ୍ନ ପ୍ରୟାସ ଓ ସଚେତନତା ସତ୍ତ୍ୱେ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦକରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପିଲାଙ୍କ ପରୀକ୍ଷା ସରି ନ ଥିଲେ ବି କରୋନା ଭୟ ଯୋଗୁ କେଜ୍‌ରିଓ୍ବାଲ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିବାକୁ ବାଧ୍ୟ ହୋଇଛନ୍ତି। କରୋନାକୁ ମହାମାରୀ ଭାବେ ଘୋଷଣା କରାଯିବା ପରେ ବିଭିନ୍ନ ସତର୍କତା ଗ୍ରହଣ କରାଯାଉଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ରାଜଧାନୀରେ ସିନେମା ହଲ ବି ୩୧ ଯାଏ ବନ୍ଦରହିବ ବୋଲି ଘୋଷଣା କରିଛନ୍ତି। ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ଶପିଂ ମଲ, ସର୍ବସାଧାରଣ ସ୍ଥାନ ଆଦିଗୁଡ଼ିକ କୀଟାଣୁରହିତ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶଥାଉ କି, ଗୁରୁବାର ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩ରେ ପହଞ୍ଚିଥିବାବେଳେ ଦିଲ୍ଲୀରେ ୬ ଜଣ ଆକ୍ରାନ୍ତ ଅଛନ୍ତି। କୋଭିଡ୍‌-୧୯ ଭାବେ ଜଣାଶୁଣା ଏହି ଭୂତାଣୁ ବିଶ୍ୱର ଶତାଧିକ ଦେଶକୁ ସଂକ୍ରମିତ ହୋଇ ୪,୨୦୦ ମୁଣ୍ଡ ନେଲାଣି। ପ୍ରାୟ ୧.୧୭ ଲକ୍ଷ ଲୋକ ଏହାଦ୍ୱାରା ଏବେ ସଂକ୍ରମିତ ଥିବା ଜଣାପଡ଼ିଛି।
ଭୟରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଆଗାମୀ ଚଳଚ୍ଚିତ୍ର ‘ସୂର୍ଯ୍ୟବଂଶୀ’କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଏହା ୨୪ରେ ମୁକ୍ତିଲାଭ କରିବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri