୩୧ଦାଦନ ଶ୍ରମିକ ଉଦ୍ଧାର, ୩ସର୍ଦ୍ଦାର ଗିରଫ

ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରାଯାଇଛି। ଉଭୟ ଘଟଣାରେ ୩ଜଣ ଦାଦନ ସର୍ଦ୍ଦାରଙ୍କୁ ଗିରଫ କରାଯାଇଛି। ଉଦ୍ଧାର ପରେ ଶ୍ରମିକମାନଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ଏଥିସହ ବେଆଇନଭାବେ ଦାଦାନ ଚାଲାଣ କରୁଥିବା ୨ ଦାଦନ ସର୍ଦ୍ଦାର ଗିରଫ ହୋଇଛନ୍ତି।
ବୁଧବାର ବିଳମ୍ବିତ ରାତ୍ରିରେ ବରଗଡ ଜିଲା ବରପାଲି ଥାନା ପଧାନପାଲି ଏବଂ ବଲାଙ୍ଗୀର ସଦର ହାତିସାଲପଡାର ୧୧ଶିଶୁଙ୍କ ସହ ୨୨ଜଣଙ୍କୁ ତୁରେକେଲା ଥାନା ବରିଆଲି ଗ୍ରାମର ସର୍ଦ୍ଦାର ଘନଶ୍ୟାମ ବେମାଲ ଓ ପରେଶ୍ୱର ବେମାଲ ଲାଠୋରରୁ ବରିଆଲିକୁ ନେଉଥିଲେ। ଲାଠୋର ପୋଲିସ କୌଣସି ସୂତ୍ରରୁ ଖବର ପାଇ କେତେକ ଶ୍ରମିକଙ୍କୁ ରାସ୍ତାରୁ ଉଦ୍ଧାର କରିଥିବା ବେଳେ ଅନ୍ୟମାନଙ୍କୁ ବରିଆଲି ଗ୍ରାମରୁ ଉଦ୍ଧାର କରିଥିଲା। ଖପ୍ରାଖୋଲ ଶ୍ରମ ନିରୀକ୍ଷକ ସୁଧିର କୁମାର ସାହୁ ଲାଠୋର ଥାନାକୁ ଆସି ଉଦ୍ଧାର ଶ୍ରମିକମାନଙ୍କୁ ନିଜ ନିଜ ଘରକୁ ପଠାଇ ଦେଇଥିଲେ। ଦାଦନ ସର୍ଦ୍ଦାରମାନଙ୍କ ବିରୋଧରେ ଲାଠୋର ଥାନାରେ ଏକ ମାମଲା (ନଂ.୧୧୩/୧୯) ରୁଜୁ କରିଥିବା ଥାନା ଆଇଆଇସି ଧର୍ମେନ୍ଦ୍ର ଶାନ୍ତି ସୂଚନା ଦେଇଛନ୍ତି।
ସେହିପରି ମୁରିବାହାଲ ପାଟ୍ରୋଲିଂ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଲେବଡା ଗ୍ରାମର ମଦଭାଟି ଛକ ନିକଟରେ ୯ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୪ ମହିଳା ଓ ୫ଜଣ ପୁରୁଷ ଥିବାବେଳେ ସେମାନେ ବଲାଙ୍ଗୀର, ସୁବର୍ଣ୍ଣପୁର ଓ ତରଭା ଅଞ୍ଚଳର। ସେମାନଙ୍କୁ ଚାଲାଣ କରିବାକୁ ନେଉଥିବା ଦାଦନ ସର୍ଦ୍ଦାର ଗିରଫ ହୋଇଛନ୍ତି। ଗିରଫ ସର୍ଦ୍ଦାର ହେଲେ ଲେବଡା ଗ୍ରାମର ଭଗମନ ଭୋଇ(୩୫)। ତାଙ୍କ ବିରୋଧରେ ମୁରିବାହାଲ ଥାନାରେ ଏକ ମାମଲା(ନଂ. ୨୧୭/୧୯) ରୁଜୁ କରାଯାଇ ଗୁରୁବାର କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କଣ୍ଟାବାଞ୍ଜି ସବ୍‌ଜେଲକୁ ପଠାଯାଇଥିବା ଭାରପ୍ରାପ୍ତ ଥାନା ଅଧିକାରୀ ରଞ୍ଜନ କୁମାର ବରିହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri