Posted inଭଦ୍ରକ

୩୨ କେଜିର ପ୍ରାଚୀନ ମୁଦ୍ରା : ରାଜ୍ୟ ସଂଗ୍ରହାଳୟକୁ ହସ୍ତାନ୍ତର କରାଗଲା

ଭଦ୍ରକ ଅଫିସ,୮।୮-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୧୯୯୩ ମସିହାରେ ମିଳିଥିବା ଏକ ୩୨ କେଜିର ପ୍ରାଚୀନ ମୁଦ୍ରାକୁ ବୁଧବାର ରାଜ୍ୟ ସଂଗ୍ରହାଳୟକୁ ପଠାଯାଇଛି। ଏହି ମୁଦ୍ରାଟି ଦୋଳସାହିସ୍ଥିତ ରାମନାରାୟଣ ହାଇସ୍କୁଲ ପାଚେରି ନିର୍ମାଣ ପାଇଁ ଖନନ ସମୟରେ ମିଳିଥିଲା। ତତ୍କାଳୀନ ଜିଲାପାଳ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର ଓ ଉପଜିଲାପାଳ ଗଙ୍ଗାଧର ସିଂ ଉକ୍ତ ମୁଦ୍ରାକୁ ଆଣି ଜିଲା କୋଷାଗାର(ଟ୍ରେଜେରି)ରେ ରଖିଥିଲେ। କିଛିଦିନ ପୂର୍ବେ ହାଇକୋର୍ଟ ଯେଉଁ ସ୍ଥାନରେ ପ୍ରାଚୀନ ମୁଦ୍ରା ରହିଛି ରାଜ୍ୟ ସଂଗ୍ରହାଳୟକୁ ହସ୍ତାନ୍ତର କରାଯିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହି ନିର୍ଦ୍ଦେଶ କ୍ରମେ ଓଡ଼ିଆ ଭାଷା ସାହିତ୍ୟ, ସଂସ୍କୃତି ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଜିଲାପାଳଙ୍କୁ ଚିଠି କରିଥିଲେ। ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଜୟନ୍ତୀ ରଥ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିର ନିର୍ଦ୍ଦେଶକ ବିଜୟ କୁମାର ନାୟକ ବୁଧବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉକ୍ତ ପ୍ରାଚୀନ ମୁଦ୍ରାକୁ ପ୍ରଶାସନ ନିକଟରୁ ଗ୍ରହଣ କରିଥିଲେ। ନିର୍ଦ୍ଦେଶକ ନାୟକ ଏହି ମୁଦ୍ରା ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ବୋଲି ଉପସ୍ଥିତ ପ୍ରଶାସନିକ ଅଧିକାରୀଙ୍କୁ କହିଥିଲେ। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ଉପସ୍ଥିତିରେ ଉପଜିଲାପାଳ ପୀତାମ୍ବର ସାମଲ ସଂଗ୍ରହାଳୟରେ ରଖାଯିବା ପାଇଁ ଅଧୀକ୍ଷକ ରଥଙ୍କୁ ମୁଦ୍ରାଟିକୁ ହସ୍ତାନ୍ତର କରିଥିଲେ। ଏହି ଅବସରରେ ଜିଲାସ୍ତରୀୟ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri