୩୫ ହଜାର କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ

ନୂଆଦିଲ୍ଲୀ,୧୭-୧୨: କେନ୍ଦ୍ର ସରକାର ସୋମବାର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ୩୫ ହଜାର କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ କରିଛନ୍ତି। ଜିଏସ୍‌ଟି ପରିଷଦ ବୈଠକ ୧୮ରେ ଅନୁଷ୍ଠିତ ହେବାକୁ ଥିବା ପୂବେ ଏହାର ଅବ୍ୟବହିତ ଆଗରୁ ରାଜ୍ୟଗୁଡିକୁ କ୍ଷତିପୂରଣ ଦିଆଯାଇଛି। ଏ ନେଇ ରାଜ୍ୟଗୁଡିକ କେନ୍ଦ୍ର ସରକାରଙ୍କୁ ଭେଟିବା ସହ କ୍ଷତିପୂରଣ ନ ମିଳିବା ଯୋଗୁ ସେମାନଙ୍କ ଉଦବେଗ ପ୍ରକାଶ କରିଥିଲେ। ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ୩୫,୨୯୮ କୋଟି ଟଙ୍କାର ସରକାର ପ୍ରଦାନ କରିଥିବା କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମାଶୁଳ୍କ ବୋର୍ଡ (ସିବିଆଇସି) ପକ୍ଷରୁ ସୂଚନା ଦିଆଯାଇଛି। ଟିକସ ସଂଗ୍ରହରେ ପ୍ରଭାବ ଆସିବାକୁ କେନ୍ଦ୍ର ସରକାର ଜିଏସ୍‌ ଟି କ୍ଷତିପୂରଣ ପ୍ରଦାନରେ ସାମାନ୍ୟ ବିଳମ୍ବ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ଏବଂ ଏହାକୁ ନେଇ କୌଣସି ଅସୁବିଧା ସୃଷ୍ଟି ହେବ ନାହିଁ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। କେରଳ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟ କ୍ଷତିପୂରଣ ଶୀଘ୍ର ମିଳୁ ବୋଲି ଚାହୁଁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri