Posted inଜାତୀୟ

୩୬ ବର୍ଷରେ ୭ ବଡ଼ ଦଙ୍ଗାରେ ୭,୫୦୦ରୁ ଅଧିକ ନିରୀହଙ୍କ ମୁଣ୍ଡ ଗଡ଼ିଛି: କେବଳ ନ୍ୟାୟିକ ଯାଞ୍ଚ୍‌ ସହ ଶୁଣାଣି ରହିଛି ଜାରି

ନୂଆଦିଲ୍ଲୀ,୧।୩: ଦେଶ ବିଭାଜନ ପରେ ଦଙ୍ଗାରେ ବହୁ ଧନଜୀବନ ହାନି ହୋଇଥିଲା। ପରବର୍ତ୍ତୀ ସମୟରେ ଏଭଳି ଘଟଣା ଘଟିବା କମ ହୋଇଥିଲା। ୧୯୮୪ଠାରୁ ଗତ ୩୬ ବର୍ଷ ମଧ୍ୟରେ ଦେଶରେ ୭ ଥର ବଡ଼ ଧରଣର ଦଙ୍ଗା ଘଟିଛି। ଏଥିରେ ୭,୫୯୬ ନିରୀହଙ୍କ ମୁଣ୍ଡ ଗଡ଼ିଛି। ତେବେ ଘଟଣାର ଅଭିଯୁକ୍ତଙ୍କ ବିରୋଧରେ କେବଳ ନ୍ୟାୟିକ ଯାଞ୍ଚ୍‌ ସହିତ ଶୁଣାଣି ଜାରି ରହିଛି। ନିକଟରେ ଦିଲ୍ଲୀରେ ଘଟିଥିବା ଦଙ୍ଗାରେ ମାତ୍ର ୪ ଦିନରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଭଳି ଦଙ୍ଗା ପୂର୍ବରୁ ୬ ଥର ମଧ୍ୟ ଘଟିଛି। ୧୯୮୪ରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ପରେ ଦିଲ୍ଲୀରେ ଶିଖ୍‌ ବିରୋଧୀ ଦଙ୍ଗାରେ ୩,୩୨୫ ଜଣ ନିରୀହ ଲୋକଙ୍କୁ ହତ୍ୟା କରାଯାଇଥିଲା। ସେହିପରି ୧୯୮୯ ଅକ୍ଟୋବରରେ ଭାଗଲପୁରରେ ହୋଇଥିବା ଦଙ୍ଗାରେ ୧୦୦୦ ଲୋକଙ୍କ ଜୀବନ ଯାଇଥିଲା। ୧୯୯୨ରେ ବାବରୀ ମସଜିଦ୍‌ ଭଙ୍ଗା ଘଟଣା ପରେ ହୋଇଥିବା ଦଙ୍ଗାରେ ୨୦୦୦ ଲୋକଙ୍କ ମୃତ୍ୟୁ ହୋଇଥିଲା। ସେହିପରି ୨୦୦୨ରେ ଗୁଜରାଟରେ ହୋଇଥିବା ଦଙ୍ଗାରେ ୧,୧୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ୨୦୧୨ରେ ଆସାମର କୋକରଝାରାରେ ବୋଡ଼ା ଏବଂ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ମଧ୍ୟରେ ହୋଇଥିବା ଦଙ୍ଗାରେ ୮୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ଅପରପକ୍ଷରେ ୨୦୧୩ରେ ମୁଜଫରନଗରରେ ହୋଇଥିବା ଦଙ୍ଗାରେ ୪୮ ଲୋକଙ୍କର ମୃତ୍ୟୁ ଘଟିଥିଲା। ଏସବୁ ଦଙ୍ଗାରେ ମୃତକଙ୍କ ସଂଖ୍ୟା ତୁଳନାରେ ପୀଡ଼ିତଙ୍କ ସଂଖ୍ୟା ୧୦ ଗୁଣା ଅଧିକ ରହିଛି। ଦଙ୍ଗାର ଭିନ୍ନ ଭିନ୍ନ କାରଣ ରହିଥିଲେ ମଧ୍ୟ ରାଜନୈତିକ ମନ୍ତବ୍ୟ ଏବଂ ଧାର୍ମିକ ଅସହିଷ୍ଣୁତା ଏସବୁର ମୁଖ୍ୟ କାରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri