Posted inଜାତୀୟ

୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା କେନ୍ଦ୍ର ଶାସିତ ଅଞ୍ଚଳ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି। ସୋମବାର ଭାରତୀୟ ଲୋକତନ୍ତ୍ର ପାଇଁ ଏକ କଳାଦିବସ। ଏହାର ପରିଣାମ ଭୟଙ୍କର ହେବ ବୋଲି ସେ ଧମକ ଦେଇଛନ୍ତି। ଧାରା ୩୭୦କୁ ଉଚ୍ଛେଦ ସରକାରଙ୍କ ନିଜସ୍ବ ନିଷ୍ପତ୍ତି, ଯାହା ଅସାମ୍ବିଧାନିକ ବୋଲି ସେ ମତ ଦେଇଛନ୍ତି।

୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା
ନୂଆଦିଲ୍ଲୀ, ୫।୮: ଦୁଇ ଭାଗ ହୋଇଛି ଜମ୍ମୁ-କଶ୍ମୀର। ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏହି ଧାରା ଉଚ୍ଛେଦ ପରେ ସେଠାକାର ନେତାମାନେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। କଶ୍ମୀରବାସୀଙ୍କ ସହ ଛଳନା କରାଯାଇଛି ବୋଲି ସେମାନେ କହିଛନ୍ତି। ତେବେ ଏହି ୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା ଆସନ୍ତୁ ଜାଣିବା….
୩୭୦ ଧାରା କ’ଣ
ଭାରତ ସ୍ବାଧୀନ ହେବା ପରେ ସମସ୍ତ ରାଜ୍ୟ ଭଳି ଜମ୍ମୁ-କଶ୍ମୀରକୁ ମଧ୍ୟ ରାଜ୍ୟ ମାନ୍ୟତା ଦିଆଯାଇଥିଲା। ସେହି ସମୟରେ ସେଠାରେ ଶାସକ ଥିଲେ ହରି ସିଂ। ୧୯୪୭ ଅକ୍ଟୋବର ୨୦ରେ ପାକିସ୍ତାନ ସମର୍ଥକ ଆଜାଦ୍‌ କଶ୍ମୀର ସେନା ପାକିସ୍ତାନ ସେନା ସହ ମିଶି କଶ୍ମୀର ଉପରେ ଆକ୍ରମଣ କରିବା ଆରମ୍ଭ କରିଥିଲେ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ଶେଖ୍‌ ଅବଦୁଲ୍ଲାଙ୍କ ସହମତିରେ ହରି ସିଂ ସେତେବେଳେ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସହ ମିଶି ଜମ୍ମୁ-କଶ୍ମୀରରେ ସ୍ବତନ୍ତ୍ର ଧାରା ୩୭୦ ଲାଗୁ କରାଯିବା ପାଇଁ ନିଷ୍ପତ୍ତି ନେଇଥିଲେ।

୩୭୦ ଧାରା ଅନୁଯାୟୀ କଶ୍ମୀରେ ଦୁଇଟି ପତାକା ଥିଲା। ଗୋଟିଏ ରାଜ୍ୟର ଏବଂ ଅନ୍ୟଟି ଭାରତର। କଶ୍ମୀରବାସୀ ଭାରତୀୟ ଜାତୀୟ ପତାକାକୁ ସମ୍ମାନ ଜଣାଇବା ବାଧ୍ୟତାମୂଳକ ନୁହେଁ।

ଦେଶର କୌଣସି ନାଗରିକ ଜମ୍ମୁ-କଶ୍ମୀରରେ ଜାଗା କିଣିପାରିବେ ନାହିଁ। ଏପରିକି ସେଠାରେ ଭାରତର ପ୍ରଧାନମନ୍ତ୍ରୀ କିମ୍ବା ରାଷ୍ଟ୍ରପତି ଚାହିଁଲେ ଇଞ୍ଚେ ଜାଗା ବି କିଣିପାରିବେ ନାହିଁ।

ଜମ୍ମୁ-କଶ୍ମୀର ଲୋକଙ୍କୁ ଦୈତ(ଉଭୟ ଭାରତ ଏବଂ ଜମ୍ମୁ-କଶ୍ମୀର) ନାଗରିକତା ପ୍ରଦାନ କରାଯାଉଥିଲା।

ଉଭୟ ରାଜ୍ୟର ସମ୍ବିଧାନକୁ ବରଖାସ୍ତ କରିବା ଅଧିକାର ମଧ୍ୟ ଭାରତର ରାଷ୍ଟ୍ରପତିଙ୍କ ନିକଟରେ ନାହିଁ।

ଯଦି କୌଣସି ଜମ୍ମୁ-କଶ୍ମୀର ଝିଅ ରାଜ୍ୟ ଛଡା ଭାରତର ଅନ୍ୟ କୌଣସି ରାଜ୍ୟରେ ବିବାହ କରନ୍ତି, ତେବେ ସେଠାକାର ନାଗରିକତା ତାଙ୍କର ରଦ୍ଦ ହୋଇଯାଏ। କିନ୍ତୁ ପାକିସ୍ତାନରେ ବିବାହ କଲେ ଦୁଇଟି ସ୍ଥାନର ନାଗରିକତା କାଏମ ଥାଏ।

ଯଦି ପାକିସ୍ତାନ ପୁରୁଷ କଶ୍ମୀରରେ ବିବାହ କରୁଛନ୍ତି ତେବେ ତାଙ୍କୁ ଭାରତର ନାଗରିକତା ମିଳିଥାଏ।

ଜମ୍ମୁ-କଶ୍ମୀରରେ ଯଦି କେହି ଭାରତୀୟ ପତାକାକୁ ଅସମ୍ମାନ କରନ୍ତି, ତେବେ ତାକୁ ଅପରାଧ ବିବେଚନା କରାଯାଏ ନାହିଁ।

କୌଣସି ବାହାର ରାଜ୍ୟର ଲୋକ ଚାହିଁଲେ ଜମ୍ମୁ-କଶ୍ମୀରରେ ବ୍ୟବସାୟ କିମ୍ବା କୌଣସି ପ୍ରତିଷ୍ଠାନ ସ୍ଥାୟୀ ଭାବେ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri