୩୮ ୟୁନିଟ୍‌ ରକ୍ତ ସଂଗୃହୀତ

ପାଟଣା,୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଶୁକ୍ରବାର ବ୍ଲକ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣ ସକାଶେ ଏବେ ଲକ ଡାଉନ ସମୟ ଚାଲିଥିବା ବେଳେ ଜିଲା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବକୁ ଭରଣା କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ହାତକୁ ନିଆଯାଇଛି ବୋଲି ପାଟଣା ବିଧାୟକ ଜଗନ୍ନାଥ ନାଏକ ସୂଚନା ଦେଇଛନ୍ତି। ରକ୍ତଦାନ ଶିବିରରେ ଶୁକ୍ରବାର ସାମାଜିକ ଦୂରତ୍ୱ ଅବଲମ୍ବନ କରି ମୋଟ ୩୮ ୟୁନିଟ ରକ୍ତ ସଂଗୃହୀତ ହୋଇଛି। ଏହି ଶିବିରରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ରାଜ୍ୟ ବିଜେଡି ସମ୍ପାଦକ ଆଶିଷ ଚକ୍ରବର୍ତ୍ତୀ, ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ଯୁବନେତା ମିତ୍ରଭାନୁ ମହାନ୍ତ, ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ସ୍ଥାନୀୟ ସରପଞ୍ଚ ଚକ୍ରଧର ନାଏକ, ସମିତି ସଭ୍ୟ ବିଭୁତି ଭୂଷଣ ନାଏକ, ନାରୀ ନେତ୍ରୀ ମିନା ମାଝୀ ଓ ସୌମ୍ୟ ରଞ୍ଜନ ରାଉତ ପ୍ରମୁଖ ଯୋଗଦେଇ ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ରକ୍ତ ଦାତାମାନଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri