ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ ଥିବା ୩୯ଟି ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ ଓ ନାମ ପଞ୍ଜୀକରଣ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାଳନିଅଁା ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଶାଳନିଅଁା ୧ ନମ୍ବର ସେକ୍ସନ, ବନ୍ତର ୨ ଓ ୩ ନମ୍ବର ସେକ୍ସନ ଏବଂ ମଞ୍ଜୁରୀରୋଡ ୪ ନମ୍ବର ସେକ୍ସନ ରହିଛି। ବନ୍ତର ୨ଟି ସେକ୍ସନରେ ୨୦ଟି ପାଣି ପଞ୍ଚାୟତ ଥିବାବେଳେ ମଞ୍ଜୁରୀରୋଡ ସେକ୍ସନରେ ୧୩ ଏବଂ ଶାଳନିଅଁା ସେକ୍ସନରେ ୬ଟି ପାଣି ପଞ୍ଚାୟତ କାର୍ଯ୍ୟ କରୁଛି। ଆସନ୍ତା ୨୬ ରୁ ୩୧ ତାରିଖ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ ଟା ୩୦ ମଧ୍ୟରେ ସମସ୍ତ କୃଷକ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ସହ ଆବଶ୍ୟକ ଜମି କାଗଜପତ୍ର ଓ ଭୋଟର ପରିଚୟ ପତ୍ର ସମ୍ପୃକ୍ତ ସେକ୍ସନ ଅଫିସରେ ଦାଖଲ କରିବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ଜଳସେଚନ ବିଭାଗ ପକ୍ଷରୁ ବିଡିଓ, ତହସିଲଦାର, ସମସ୍ତ ସରପଞ୍ଚ, ପାଣି ପଞ୍ଚାୟତ ସଭାପତିମାନଙ୍କୁ ଅବଗତ କରାଯାଇଥିବା ବେଳେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସୂଚନା ଦିଆଯାଉଛି।
ପାଣି ପଞ୍ଚାୟତ ନିର୍ବାଚନ ପୂର୍ବରୁ କୃଷକମାନଙ୍କର ତାଲିକା ପ୍ରସ୍ତୁତ କରାଯିବ। ଜମି ଓ ଚାଷ କରୁଥିବା ସମସ୍ତ କୃଷକ ଏଥିରେ ସଭ୍ୟ ହୋଇପାରିବେ। ଗୋଟିଏ ଜମି ପ୍ଲଟରେ ଜଣେ ଭୋଟର ରହିପାରିବେ। ନିଜ କିମ୍ବା ବାପାଙ୍କ ନାମରେ ଥିବା ଜମିରେ ଭୋଟର ହୋଇପାରିବେ। ଜମି ବିକ୍ରି କରିଥିବା ଚାଷୀଙ୍କ ନାମକୁ ବାଦ୍ କରାଯାଇ ଜମି କିଣିଥିବା ଚାଷୀଙ୍କ ନାମ ପଞ୍ଜୀକରଣ କରାଯିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି।
ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ
ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…
ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ
ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…
ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ
ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…
ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ
ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…
ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…
ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…
ହଠାତ୍ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼
ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…
Archives

