୪ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ପ୍ରଶାସନ ଯଥାସମ୍ଭବ ପଦକ୍ଷେପ ନେଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତିଦିନ ଖବରଦାତା ସମ୍ମିଳନୀ କରାଯାଇ କରୋନାର ସ୍ଥିତି ସମ୍ପର୍କରେ ସୂଚନା ଦିଆଯାଉଛି। ଏହି କ୍ରମରେ ସରକାର ରବିବାର ୪ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ସ୍ବାସ୍ଥ୍ୟ ବିଭାଗର ସେମାନଙ୍କ ପୂର୍ବ ଦାୟିତ୍ୱ ସହ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଛି। ସ୍ବାସ୍ଥ୍ୟ ବିଭାଗରେ ଅଫିସର ଅନ୍‌ ସେସ୍ପିଆଲ ଡ୍ୟୁଟି(ଓଏସ୍‌ଡି) ଦାୟିତ୍ୱ ତୁଲାଇବାକୁ ଥିବା ଅଧିକାରୀମାନେ ହେଉଛନ୍ତି- ଓମ୍‌ଫେଡ୍‌ର ସିଜିଏମ୍‌ ତଥା ହକି ପ୍ରଚାର ପରିଷଦର ସିଇଓର ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ସୋମେଶ କୁମାର ଉପାଧ୍ୟାୟ। ଅନ୍ୟମାନଙ୍କ ମଧ୍ୟରେ ଓଏମ୍‌ସିର ଇଡି ତଥା ଓଏମ୍‌ଇସିଏଲ୍‌ର ଇଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ପି. ଅନ୍ବେଷା ରେଡ୍ଡୀ, ଗ୍ରୀଡ୍‌କୋର ଇଡି ପାଟିଲ ଆଶିଷ ଈଶ୍ୱର ଏବଂ ଓକାକ୍‌ର ଓଏସ୍‌ଡି ଦାୟିତ୍ୱ ତୁଲାଉଥିବା ଦିବାକର ଟିଏସ୍‌। ଏହି ସମସ୍ତ ଅଧିକାରୀ ୨୦୧୭ ବ୍ୟାଚ୍‌ର। ଆସନ୍ତା ୩୦ ଜୁନ୍‌ ଯାଏ ଏହି ଅଧିକାରୀମାନେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ‘ଦ ଓଡ଼ିଶା କୋଭିଡ୍‌-୧୯ ରେଗୁଲେଶନ୍‌-୨୦୨୦’ ଜରିଆରେ ଏହି ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri