୪ ଓପିଏସ୍‌ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୦ା୧୦- ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତ୍ତିକ୍ରମେ ଓଡ଼ିଶା ପୋଲିସର ୪ଜଣ ଓଡ଼ିଶା ପୋଲିସ ସର୍ଭିସ(ଓପିଏସ୍‌) ସ୍ତରର ଅଧିକାରୀଙ୍କ ବଦଳି କରାଯାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏ ନେଇ ଶନିବାର ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତାଳଚେରରେ କାର୍ଯ୍ୟରତ ଅତିରିକ୍ତ ଏସ୍‌ପି ସନ୍ତୋଷ କୁମାର ମିଶ୍ରଙ୍କୁ ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଭାବେ ବଦଳି କରାଯାଇଛି। ସେହିପରି ଝାରସୁଗୁଡା ପିସିଆରସେଲର ଡିଏସ୍‌ପି ଏମ. ମିଞ୍ଜ, କୋରାପୁଟ ଡିଏସ୍‌ପି ଅନନ୍ତ ପ୍ରସାଦ ମଲ୍ଲିକ ଓ ଭୁବନେଶ୍ୱର ଡିଏସ୍‌ପି ଉଦୟଭାନୁ ମିଶ୍ରଙ୍କୁ ଭିଜିଲାନ୍ସ ଡିଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri