Posted inରାଜ୍ୟ

୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା

କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି ବ୍ଲକର ବିଡିଓ ତାଙ୍କ ଭାଇ ବାହାଘର ପାଇଁ ଛୁଟିରେ ରହିଥିତ୍ବା ବେଳେ ଉଭୟ ବ୍ଲକ ଓ ତହସିଲ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମଧ୍ୟ ଛୁଟିନେଇ ବୁଲୁଛନ୍ତି। ଫଳରେ ୪ ଦିନ ହେବ ଉଭୟ କାର୍ଯ୍ୟାଳୟରେ ତାଲା ଝୁଲୁଛି । ଏନେଇ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୂଚନାଯୋଗ୍ୟ, ରାଜକନିକା ବିଡିଓ ଏବଂ କନିକା ତହସିଲଦାର ଭାବେ ଡି.ଏସ୍‌. ଶୁଭଦର୍ଶୀ ଜୋଷୀ କାର୍ଯ୍ୟ କରୁଛନ୍ତି। ୨ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱରେ ଥିଲେ ମଧ୍ୟ ଏବେ ସେ ଭାଇ ବାହାଘର ପାଇଁ ଗତ ୭ ଦିନ ହେବ ଛୁଟିରେ ରହିଛନ୍ତି। ଏହାର ସୁଯୋଗ ନେଇ ଉଭୟ କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଛୁଟିନେଇ ବାହାରେ ବୁଲୁଛନ୍ତି। ତହସିଲ କାର୍ଯ୍ୟାଳୟର ଗୋଟିଏ କୋଠରିରେ ଅତିରିକ୍ତ ତହସିଲଦାର ବସି ଅଫିସକୁ ଜଗି ରହିଛନ୍ତି। ଏସମ୍ପର୍କରେ ତାଙ୍କୁ ପଚରାଯାଇଥିଲେ ମଧ୍ୟ କୌଣସି ସନ୍ତୋଷଜନକ ଉତ୍ତର ମିଳିପାରି ନ ଥିଲା। ସବୁ କର୍ମଚାରୀ ଛୁଟି ଦରଖାସ୍ତ ଦେଇ ଛୁଟି ନେଇଛନ୍ତି ବୋଲି ସେ କହିଥିବା ବେଳେ ଏକାବେଳେ ସବୁ କର୍ମଚାରୀଙ୍କୁ କିପରି ଛୁଟି ଦିଆଗଲା ପ୍ରଶ୍ନର ସେ ଠିକ୍‌ ଉତ୍ତର ଦେଇପାରି ନଥିଲେ। ସେହିପରି ବ୍ଲକ କାର୍ଯ୍ୟାଳୟରେ ଜଳ ଓ ପରିମଳ ବିଭାଗ କକ୍ଷ ଓ ଡବ୍ଲ୍ୟୁଇଓ କକ୍ଷ ବ୍ୟତୀତ ଅନ୍ୟ ସବୁଠି ତାଲା ଝୁଲୁଥିବା ଦେଖିବାକୁ ମିଳିଛି।
ଏସମ୍ପର୍କରେ କେନ୍ଦ୍ରାପଡା ଜିଲାପାଳ ପ୍ରେମଚାନ୍ଦ ଚୌଧୁରୀ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ଅନୁଧ୍ୟାନ କରାଯାଇ ଆଗାମୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ତୁରନ୍ତ ଜିଲା ପ୍ରଶାସନ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri