Posted inଜାତୀୟ

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ଓ ସାମରିକ ହେଲିକପ୍ଟର ବିକ୍ରି କରିବାକୁ ଲକ୍ଷ୍ୟ ରଖିଛି ହାଲ୍‌। ଉପରୋକ୍ତ ଦେଶଗୁଡ଼ିକ ରୁଷିଆ ନିର୍ମିତ ଯୁଦ୍ଧବିମାନ ଓ ହେଲିକପ୍ଟର ବ୍ୟବହାର କରୁଛନ୍ତି, ଯାହାର ସେବା ପ୍ରଦାନ କ୍ଷମତା ଅତ୍ୟନ୍ତ ନିକୃଷ୍ଟ ବୋଲି ହାଲ୍‌ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଆର୍‌. ମାଧବନ କହିଛନ୍ତି। ସରକାର ଏବେ ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର, ପଶ୍ଚିମ ଏସିଆ ଓ ଉତ୍ତର ଆଫ୍ରିକୀୟ ଦେଶଗୁଡ଼ିକୁ ତେଜସ୍‌, ଲଢ଼ୁଆ ହେଲିକପ୍ଟର ରୁଦ୍ର ଓ ହାଲୁକା ହେଲିକପ୍ଟର ଧ୍ରୁବ ରପ୍ତାନି ଉପରେ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ୫ ବର୍ଷରେ ପ୍ରତିରକ୍ଷା ରପ୍ତାନି ୫ ବିଲିୟନ ଡଲାରକୁ ବଢ଼ାଇବା ପାଇଁ ଗତମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଷ୍ୟଧାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri