୪ ବର୍ଷ ଧରି ପାନୀୟ ଜଳ ପ୍ରକଳ୍ପ ଅଚଳ

ଫିରିଙ୍ଗିଆ,୫ା୬- ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତରେ ହୋଇଥିବା ଏକ ପାନୀୟ ଜଳ ପ୍ରକଳ୍ପ ୪ ବର୍ଷ ଧରି ଅକାମୀ ହୋଇ ପଡିଛି। ଫଳରେ ପାନୀୟ ଜଳ ପାଇଁ ମାଝିପଡା ଏବଂ ତଳପଡାବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବାରୁ ସମସ୍ୟା ଆହୁରି ଜଟିଳ ହୋଇ ପଡିଛି। ହେଲେ ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ସପ୍ତାହେ ମଧ୍ୟରେ ଅଚଳ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରାଯାଇ ଲୋକଙ୍କୁ ପାଣି ଦିଆଯିବ ବୋଲି କହିଛନ୍ତି। ପ୍ରକାଶ ଯେ, ୨୦୧୫-୧୬ରେ ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ଏହି ପ୍ରକଳ୍ପ ହୋଇଥିଲା। ଗ୍ରାମବାସୀଙ୍କୁ ଜଳ ଯୋଗାଣ ପାଇଁ ପାଇପ ମଧ୍ୟ ବିଛା ଯାଇଥିଲା। ହେଲେ ପ୍ରକଳ୍ପ କାର୍ଯ୍ୟକାରୀ ହେବାର ୪ରୁ ୫ ମାସ ପର୍ଯ୍ୟନ୍ତ ଗ୍ରାମବାସୀ ପାଣି ପାଇଥିଲେ। ଏହାପରେ ପ୍ରକଳ୍ପ ଅଚଳ ହୋଇପଡିଥିଲା। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ପାହାଡ ଉପରେ ଥିବା ଝରଣା ପାଣିକୁ ବନ୍ଧାଇ ପାଇପ ସାହାର୍ଯ୍ୟରେ(ଗ୍ରାଭିଟ ୱାଟର ସପ୍ଲାଇ) ଜଳ ଯୋଗାଇବା ପାଇଁ ଏଠାରେ କାର୍ଯ୍ୟ ହୋଇଥିଲା। ଆମକୁ ୫ ମାସ ପାଣି ମିଳିଲା ପରେ ଆଉ ମିଳିଲା ନାହିଁ। ମାଝିପଡାର ନେଡି ସାହି, ଗୁଣ୍ଡୁରି ସାହି, ପଦର ସାହି, ତଳପଡାର ପ୍ରାୟ ୨୦୦ ଘର ଏହା ଉପରେ ନିର୍ଭର କରୁଥିଲୁ। ପ୍ରକଳ୍ପ ଅଚଳ ଯୋଗୁ ଆମେ ନଦୀ, ଚୂଆ ଏବଂ ୨/୩ଟି ନଳକୂପ ଉପରେ ଭରସା କରି ଚଳୁଛୁ। ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନାହାନ୍ତି ବୋଲି ଗ୍ରାମର ପ୍ରଫୁଲ ଚନ୍ଦ୍ର ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, କାଳୀ କହଁର, ରମେଶ ଚନ୍ଦ୍ର କହଁର, ରଥ ପାତ୍ର ପ୍ରମୁଖ କହିଛନ୍ତି। ଏ ନେଇ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସଙ୍କୁ ପଚାରିବାରୁ ଏହି ପ୍ରକଳ୍ପ କେତେକ କାରଣରୁ ଅଚଳ ହୋଇ ପଡିଛି। ସପ୍ତାହେ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟକ୍ଷମ କରି ଲୋକଙ୍କୁ ପାଣି ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?