୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ ହେଲେ ସୁଧାଂଶୁ ପ୍ରଧାନ।
ପ୍ରକାଶ ଯେ, ଗତ ୨୩ ତାରିଖ ସକାଳେ ୪ ବର୍ଷୀୟା ଶିଶୁକନ୍ୟା ଘରେ ଖେଳୁଥିଲେ। ଏହି ସମୟରେ ତାଙ୍କର ବଡ଼ବାପା ପୁଅ ଭାଇ ସୁଧାଂଶୁ ଭଉଣୀକୁ ଡାକି ନେଇ ବଳାତ୍କାର କରିଥିଲେ। ଏହି ଘଟଣା ବିଷୟରେ ଶୁକ୍ରବାର ପୀଡ଼ିତାଙ୍କ ପରିବାର ଲୋକେ ଜାଣିବା ପରେ ଅତାବିରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ପୋକ୍ସୋ ଆକ୍ଟରେ ମାମଲା (୧୫୫/୧୯) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲେ। ଶନିବାର ପୋଲିସ ଅଭିଯୁକ୍ତ ସୁଧାଂଶୁଙ୍କୁ ଗିରଫ କରିଛି। ଡାକ୍ତରୀମାଇନା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ବରଗଡ଼ ସଦର ଏସ୍‌ଡିପିଓ କ୍ଷୀରସାଗର ନାଏକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri