୪ ମହଲା ଉପରୁ ଖସି ଶ୍ରମିକଙ୍କ ଜୀବନଗଲା

କୋକସରା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମର ହେମରାଜ ଦୁର୍ଗା (୨୬)ଙ୍କ ଶନିବାର ହାଇଦ୍ରାବାଦଠାରେ ସେଣ୍ଟ୍ରିଙ୍ଗ କାମ କରୁଥିବା ବେଳେ ୪ ମହଲା ଉପରୁ ଖସିପଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ରୋଜଗାର କ୍ଷମ ପୁଅର ମୃତ୍ୟୁ ଖବର ଶୁଣି ପରିବାରବର୍ଗ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ସୂଚନାନୁଯାୟୀ, ଦୀର୍ଘଦିନ ହେବ ହେମରାଜ ହାଇଦ୍ରାବାଦର ମେୟାପୁର ମାତୃଶ୍ରୀନଗରଠାରେ ଶ୍ରମିକ ଭାବେ ନିୟୋଜିତ ହୋଇ ଏକ ସଂସ୍ଥାରେ କାର୍ଯ୍ୟ କରୁଥିଲେ। ସବୁଦିନ ଭଳି ଶନିବାର ସକାଳୁ ମଧ୍ୟ ହେମରାଜ ୪ ମହଲା ଏକ କୋଠାରେ ସେଣ୍ଟ୍ରିଙ୍ଗି କାମ କରୁଥିଲେ। ହଠାତ୍‌ ସେ ଖସିପଡି ଗୁରୁତର ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସାଥୀ ଶ୍ରମିକମାନେ କହିଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri