୪ ମହଲା ଛାତରୁ ଖସି ମହିଳା ମୃତ: ସନ୍ଦେହରେ ୭ ଯୁବକ

ପାରାଦୀପ, ୨୩।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡା ଅଞ୍ଚଳରେ ସୋମବାର ସକାଳୁ ଅଭାବନୀୟ ଘଟଣା ଘଟିଛି। ଜଣେ ଅଚିହ୍ନା ମହିଳା ୪ ମହଲା ବିଶିଷ୍ଟ କୋଠା ଛାତରୁ ଖସି ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ଆଦର୍ଶଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ ଜରିଆରେ ତଦନ୍ତ ଚଳାଇଛନ୍ତି। ଉକ୍ତ ଘରେ ଲାଗିଥିବା ସିସିଟିଭି ଫୁଟେଜ ଥିବା କମ୍ପ୍ୟୁଟର ହାର୍ଡଡିସ୍କକୁ ଜବତ କରି ଯାଞ୍ଚ କରୁଛି। ସେହି ଘରର ୪ ମହଲାରେ ଥିବା ୯ ଜଣ ଭଡାଟିଆ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଅଟକ ରଖିଛି।
ଛାତ ଉପରେ ଅଧାଜଳା ସିଗାରେଟ, ଗୁଟୁଖା ଖୋଳ, ମହିଳାଙ୍କ ଚପଲ ପଡିଛି। ଛାତରୁ ଖସିବା ବେଳେ ମହିଳାଙ୍କ ପୋଷାକ ଚିରି କାନ୍ଥ ପାଇପରେ ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ଘର ମାଲିକ ହେଲେ ବଡପଡିଆ ବଜାର ବ୍ୟବସାୟୀ ଶମ୍ଭୁ ଖୁଣ୍ଟିଆ। ଉକ୍ତ ଘର ମରାମତି କାର୍ଯ୍ୟ ଚାଲିଥିବାରୁ ସବୁ ଘର ଖାଲି ରହିଛି। ଗତ ୮ ଦିନ ତଳେ ୯ ଜଣ ବ୍ୟାଚେଲର ପିଲା ଉପର ଘରେ ଭଡାରେ ରହୁଥିଲେ। ମହିଳାଙ୍କ ମୁଣ୍ଡ ମାଡ ହୋଇଥିବାରୁ ମୁଣ୍ଡରୁ ରକ୍ତସ୍ରାବ ହୋଇଛି ଏବଂ ତଳେ ପଡିବା ବେଳେ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ଥିଲେ। ଘଟଣାକୁ ନେଇ ବିଭିନ୍ନ ପ୍ରକାର ଆଲୋଚନା ହେଉଛି। ଘଟଣା ସମ୍ପର୍କରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସ୍ମୃତିରଞ୍ଜନ କର କୁହନ୍ତି, ମହିଳାଙ୍କ ପରିଚୟ ମିଳିନାହିଁ। ସବୁ ଦିଗରୁ ପୋଲିସ ତଦନ୍ତ କରୁଛି। କେତେକ ପ୍ରାଥମିକ ସୁରାକ ମିଳିଛି। ବ୍ୟବଚ୍ଛେଦ ରିପୋର୍ଟ,ସିସିଟିଭି ଫୁଟେଜ, ସାଇଣ୍ଟିଫିକ ଟିମ ରିପୋର୍ଟ ମିଳିବା ପରେ କାରଣ ସ୍ପଷ୍ଟ ହୋଇଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri