Posted inଜାତୀୟ

୪ ରାଜ୍ୟରେ ଏକାକୀ ଲଢ଼ିବ ଜେଡିୟୁ

ପାଟନା,୧୦ା୬(ଆଇଏଏନ୍‌ଏସ୍‌): ଗତ ଲୋକ ସଭା ନିର୍ବାଚନରେ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରେ ସାମିଲ ହୋଇଥିଲା। ନିର୍ବାଚନ ଶେଷ ହେବା ପରେ ବିହାର ମୁଖ୍ୟମନ୍ତ୍ରୀ ତାଙ୍କ ମନୋଭାବରେ ପରିବର୍ତ୍ତନ କରିଛନ୍ତି। ବିହାର ବାହାରେ ନୀତୀଶ ଏନ୍‌ଡିଏର ନୁହନ୍ତି। ଅର୍ଥାତ୍‌ ବିହାର ଭିନ୍ନ ଅନ୍ୟ ରାଜ୍ୟ ବିଧାନସଭା ନିର୍ବାଚନରେ ଜେଡିୟୁ ଏକାକୀ ଲଢ଼ିବାକୁ ରବିବାର ନିଷ୍ପତ୍ତି ନେଇଛି। ନୀତୀଶଙ୍କ ବାସଭବନରେ ଅନୁଷ୍ଠିତ ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଜେଡିୟୁ ଜମ୍ମୁ-କଶ୍ମୀର, ଝାଡଖଣ୍ଡ, ହରିୟାଣା ଏବଂ ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢ଼ିବା ଲାଗି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଦଳ ଅଧ୍ୟକ୍ଷ ନୀତୀଶଙ୍କ ସମେତ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର, ବିଭିନ୍ନ ରାଜ୍ୟର ଜେଡିୟୁ ସଭାପତି ଓ ବରିଷ୍ଠ ନେତା ତଥା ଏମ୍‌ପି ଓ ବିଧାୟକମାନେ ଯୋଗଦେଇଥିଲେ।
ଲୋକ ସଭା ନିର୍ବାଚନରେ ଏନ୍‌ଡିଏ ସହଯୋଗୀ ଭାବେ ଜେଡିୟୁ ବିହାରରେ ୧୭ ଆସନରେ ଲଢ଼ି ୧୬ଟିରେ ଜିତିଥିଲା। ତେବେ ଗୋଟିଏ ମନ୍ତ୍ରୀ ପଦ ଯଚାଯିବାରୁ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ ନ ଥିଲା। ଏବେ ଅନ୍ୟ ରାଜ୍ୟରେ ଜେଡିୟୁ ଏକାକୀ ଲଢ଼ିବା ନିଷ୍ପତ୍ତି ଭାଜପାକୁ ବିହାର ମୁଖ୍ୟମନ୍ତ୍ରୀଙ୍କ ଠିକଣା ଜବାବ ବୋଲି କୁହାଯାଉଛି। ବିହାର ବାହାରେ ଦଳକୁ ସୁଦୃଢ଼ କରିବା ଲାଗି ନୀତୀଶ ଜେଡିୟୁ କର୍ମୀ ଓ ନେତାମାନଙ୍କୁ ଅନୁରୋଧ କରିଛନ୍ତି। ମାସେବ୍ୟାପୀ ହେବାକୁ ଥିବା ନୂଆ ସଦସ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱ ଦେବା ଲାଗି ସେ ପରାମର୍ଶ ଦେଇଛନ୍ତି। ଗତବର୍ଷ ୫୦ ଲକ୍ଷ ନୂଆ ସଦସ୍ୟ ସଂଗ୍ରହ ଲାଗି ଦଳ ଲକ୍ଷ୍ୟଧାର୍ଯ୍ୟ କରିଥିଲା। ପଞ୍ଚାୟତଠାରୁ ଆରମ୍ଭ କରି ଜାତୀୟ ସ୍ତର ପର୍ଯ୍ୟନ୍ତ ନୂଆ ସଦସ୍ୟ ସଂଗ୍ରହ ମାଧ୍ୟମରେ ଦଳକୁ ମଜଭୂତ କରିବାକୁ ଜେଡିୟୁ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri