Posted inଜାତୀୟ

୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ

ଥିରୁଭାନନ୍ଥପୁରମ୍‌ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ ଅଗଷ୍ଟ ୮ରୁ ଅଦ୍ୟାବଧି ଏହି ବନ୍ୟାରେ ୬୪ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ରାଜ୍ୟର ପ୍ରାୟ ୨ ଲକ୍ଷ ୨୭ ହଜାର ଲୋକ ବିଭିନ୍ନ ରିଲିଫ କ୍ୟାମ୍ପରେ ଆଶ୍ରୟ ନେଉଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାୟି ବିଜୟନ୍‌ ରବିବାର ସକାଳେ ବରିଷ୍ଠ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି। ବର୍ଷା କମିଥିଲେ ହେଁ ଭୂସ୍ଖଳନର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବା ଲାଗି ପ୍ରଶାସନ ପକ୍ଷରୁ କୁହାଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କନ୍ନୁର, କାସରାଗଡ଼ ଓ ଓ୍ବାୟନାଡ଼ ଜିଲାରେ ରେଡ୍‌ଆଲର୍ଟ ଜାରି କରାଯାଇଛି। ବିଭିନ୍ନ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ଚିନ୍ତାର କାରଣ ନୁହେଁ ବୋଲି ବିଜୟନ୍‌ ପ୍ରକାଶ କରିଛନ୍ତି। ଓ୍ବାୟନାଡ଼ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଅପରାହ୍ନରେ ଦୁଇଦିନିଆ କେରଳ ଗସ୍ତରେ ଆସି କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ସହ ସ୍ଥିତି ସମୀକ୍ଷା ଆରମ୍ଭ କରିଛନ୍ତି। ନିଜ ନିର୍ବାଚନମଣ୍ଡଳୀ ଓ୍ବାୟନାଡ଼ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେ ବିଭିନ୍ନ ରିଲିଫ କ୍ୟାମ୍ପ ଯିବାର କାର୍ଯ୍ୟକ୍ରମ ରହିଛି। କୋଟ୍ଟାକାଲ୍‌, ନିଲମ୍ବୁର, ମମ୍‌ବାଦ୍‌, ଇଡ୍ଡାଭାନାପାର ରିଲିଫ କ୍ୟାମ୍ପ ବୁଲିଦେଖିବା ପରେ ମାଲାପୁରମ୍‌ଠାରେ ଏକ ସମୀକ୍ଷା ବୈଠକରେ ଯୋଗଦେବେ। ସୋମବାର ସେ ଓ୍ବାୟନାଡ଼ର ବିଭିନ୍ନ କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦୁଇଦିନ ବନ୍ଦ ରହିବା ପରେ ରବିବାର ଅପରାହ୍ନରେ କୋଚି ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି। ତେବେ କେତେକ ରେଳସେବା ବନ୍ଦ ରହିଛି। ନୌସେନା, ତଟରକ୍ଷୀ ବାହିନୀ, ଏନ୍‌ଡିଆର୍‌ଏଫ୍‌, ସ୍ଥାନୀୟ ପୋଲିସ, ସ୍ବେଚ୍ଛାସେବୀମାନେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ପ୍ରକାଶ।
ସେହିଭଳି କର୍ନାଟକରେ ଗତ ୪ ଦିନ ଭିତରେ ରାଜ୍ୟରେ ବନ୍ୟା ମୃତ୍ୟୁସଂଖ୍ୟା ୩୩କୁ ବୃଦ୍ଧି ପାଇଥିବାବେଳେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଦେଖିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଶାହ ଆସି ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ବେଳାଗାଭି ଅଞ୍ଚଳର ସ୍ଥିତି ସମୀକ୍ଷା କରିଥିଲେ। ତାଙ୍କ ସହ ରାଜ୍ୟ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ, ସୁରେଶ ଅଙ୍ଗଦି, ଏମ୍‌ପି ପ୍ରଭାକର କୋରେ, ବିଧାୟକ ଉମେଶ କାଟ୍ଟୀ ଥିଲେ। ରାଜ୍ୟର ୧୭ ଜିଲା ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବାବେଳେ ବେଲଗାଭିକୁ ଛାଡ଼ି ବାଗଲ୍‌କେଟେ, ଗଡ଼କ୍‌, ଉତ୍ତର କନ୍ନଡ଼ ରାଇଚୁର, ୟାଦିଗିର୍‌, ଦକ୍ଷିଣ କନ୍ନଡ଼, ଉଡ଼ୁପି, ଚିକ୍କାମାଗାଲୁରୁ, କୋଡ଼ାଗୁ ଜିଲା କ୍ଷତିଗ୍ରସ୍ତ ହୋଇଥିବା ପ୍ରକାଶ। ଗୁଜରାଟରେ ମଧ୍ୟ ସ୍ଥିତି ଜଟିଳ ରହିଛି। ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡ଼ିଥିବାବେଳେ ମୃତ୍ୟୁସଂଖ୍ୟା ରାଜ୍ୟରେ ୩୨ରେ ପହଞ୍ଚିଛି। ସୌରାଷ୍ଟ୍ର ଓ କଚ୍ଛରେ ବର୍ଷାର ତାଣ୍ଡବ ଜାରିରହିଛି। ସମୁଦ୍ରକୁ ଯାଇଥିବା ୨୦ ମତ୍ସ୍ୟଜୀବୀଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳିନାହିଁ। ଭାରତୀୟ ପାଣିପାଗ ବିଭାଗ ଆଗାମୀ ୨୪ ଘଣ୍ଟା ଲାଗି ସତର୍କ ସୂଚନା ଜାରି କରିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମହାରାଷ୍ଟ୍ରରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚିଥିବାବେଳେ ପରିସ୍ଥିତି ଉଗ୍ରରୂପ ଧାରଣ କରିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ରବିବାର ଆକାଶ ମାର୍ଗରୁ କୋହ୍ଲାପୁର, ସାଙ୍ଗଲି ଆଦି ଅଞ୍ଚଳ ବୁଲିଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri