୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗ: ଜଣେ ଗିରଫ

ବାସୁଦେବପୁର, ୧୭।୧୦ (ଡି.ଏନ.ଏ.)- ବାସୁଦେବପୁରସ୍ଥିତ ବଂଶୀପାଟଣା ଗ୍ରାମରେ ଥିବା କଳ୍ପତରୁ ସଂସ୍କୃତ ମହାବିଦ୍ୟାଳୟରେ ଅନାଦି ଚରଣ ବେହେରା ନାମକ ଜଣେ କର୍ମଚାରୀଙ୍କୁ ଚାକିରି ସ୍ଥାୟୀ କରାଇଦେବା ନଁାରେ ୪ ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ ହୋଇଛି। କର୍ମଚାରୀ ଅନାଦିଙ୍କ ଅଭିଯୋଗ କ୍ରମେ ବାସୁଦେବପୁର ଥାନାରେ ମାମଲା(ନଂ.୩୨୭/୧୯) ରୁଜୁ କରାଯାଇଛି। ଘଟଣାର ତଦନ୍ତ କରି ପୋଲିସ ଉକ୍ତ ମହାବିଦ୍ୟାଳୟର ପୂର୍ବତନ ପରିଚାଳନା ସଭାପତି ସରୋଜ ନାୟକଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ସରୋଜଙ୍କ ଘର ବାସୁଦେବପୁର ପୌରପାଳିକାର ସୁରେଶ୍ୱରପୁର ଗ୍ରାମରେ।
ଅନାଦି ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଉକ୍ତ ମହାବିଦ୍ୟାଳୟର କିରାଣି ଭାବେ ୨୦୦୭ ଏପ୍ରିଲ ୨୬ରେ ଚିଠି ନଂ.୧୦୩/୦୭ରେ ତାଙ୍କୁ ନିଯୁକ୍ତି ମିଳିଥିଲା। ଏହି ନିଯୁକ୍ତିପତ୍ର ମୁତାବକ ସେ ପରଦିନ ଏପ୍ରିଲ ୨୭ରେ କାର୍ଯ୍ୟରେ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ଏହି ପଦରୁ ବାହାର କରାଯାଇ ଅନ୍ୟ ଜଣେ ଯୁବତୀଙ୍କୁ ଅବସ୍ଥାପିତ କରାଯାଇଥିଲା। ତାଙ୍କୁ ଏହି ପଦବୀରୁ ବାଦ୍‌ ଦିଆଯିବା କ୍ଷେତ୍ରରେ ମହାବିଦ୍ୟାଳୟର କର୍ତ୍ତୃପକ୍ଷ ଓ ତତ୍କାଳୀନ ସଭାପତି ସରୋଜଙ୍କ ଭୂମିକା ଥିବା ସେ ଜାଣିବାକୁ ପାଇଥିଲେ। ଏହି ପଦବୀରେ ତାଙ୍କୁ ପୁନର୍ବାର ଅବସ୍ଥାପିତ ସହ ସ୍ଥାୟୀ କରାଇଦେବା ପାଇଁ ସେମାନେ ୪ ଲକ୍ଷ ଟଙ୍କା ଦାବି କରିଥିଲେ। ସେମାନେ ତାଙ୍କଠାରୁ ଟଙ୍କା ନେଇଯାଇ ଠକିଛନ୍ତି। ପରେ ସେ ସେମାନଙ୍କୁ ଟଙ୍କା ଫେରାଇବାକୁ କହିବାରୁ ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ। ଏହାଛଡ଼ା ଚାକିରି ଦେବା ଆଳରେ ସେମାନେ ଜିଲା ଓ ଜିଲା ବାହାରର କେତେକ ଲୋକଙ୍କଠାରୁ ପ୍ରାୟ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ସେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ସରୋଜଙ୍କୁ ଗିରଫ କରି ଘଟଣାର ଅଧିକ ତଦନ୍ତ ଚଳାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri