୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର କୁଇକ ଆକ୍ସନ ଟିମ ଓ ଲକ୍ଷ୍ମୀସାଗର ପୋଲିସ ରାଜଧାନୀର ବମିଖାଲ ଅଞ୍ଚଳରେ ଚଢ଼ାଉ କରି ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ତଳ ଭୋଇସାହିରେ ରହୁଥିବା ସଞ୍ଜୟ କୁମାର ଭୋଇ ଓରଫ ମିଞ୍ଜା, ମୟୂରଭଞ୍ଜ ଜିଲା ବଡ଼ସାହି ଥାନା କେନ୍ଦୁଡିହା ଗ୍ରାମର ଚକ୍ରଧର ବେହେରା ଓରଫ ଜଟିଆ ଓ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ନୂଆବଜାର ଅଞ୍ଚଳର ସେଖ ଇକବାଲ। ଏମାନଙ୍କ ଠାରୁ ୪୧ଗ୍ରାମ ବ୍ରାଉନସୁଗାର, ୩୭ହଜାର ୧୮୦ଟଙ୍କା ଓ ଗୋଟିଏ ସ୍କୁଟି ଜବତ ହୋଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୪ଳକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଲକ୍ଷ୍ମୀସାଗର ଥାନା ଅଧିକାରୀ ଦୟାନିଧି ନାୟକ କହିଛନ୍ତି। ସୂଚନା ଅନୁଯାୟୀ, ଦୀର୍ଘ ଦିନ ହେବ ଏହି ୩ ଅଭିଯୁକ୍ତ ବମିଖାଲ କେନାଲ ରୋଡରେ ବ୍ରାଉନସୁଗାର ବିକ୍ରି କରୁଥିବା ନେଇ କ୍ୟୁଏଟି ଓ ସ୍ଥାନୀୟ ପୋଲିସକୁ ସୂଚନା ମିଳିଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଭିଯୁକ୍ତମାନେ ନିଶାଦ୍ରବ୍ୟ ବିକ୍ରି କରୁଥିବା ବେଳେ ସେମାନଙ୍କୁ ଧରାଯାଇଥିଲା। ଅଭିଯୁକ୍ତମାନେ ବ୍ୟବହାର କରୁଥିବା ୩ ମୋବାଇଲ ଫୋନକୁ ଜବତ କରିବା ପରେ ଯାଞ୍ଚ ଆରମ୍ଭ କରିଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୫୫/୧୯)ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri