୪ ଲୁଟେରା ଗିରଫ, ୧୮ ବାଇକ୍‌ ଜବତ

କବିସୂର୍ଯ୍ୟନଗର,୭ା୭-କବିସୂର୍ଯ୍ୟନଗର ଥାନା ପୋଲିସ ୧୮ଟି ବାଇକ୍‌ ଓ ଏକ ବୋଲେରୋ ଜବତ କରିବା ସହ ୪ଜଣ ଲୁଟେରାଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଆଠଗଡ଼ର ସନ୍ତୋଷ ପୋଲାଇ, ନିରଞ୍ଜନ ସେନାପତି, ପାଇକଯମୁନାର ଶିଶିର ଭୂୟାଁ ଓ ବାଣପୁର ଥାନା କୁଲେଇ ଗ୍ରାମର ସନ୍ତୋଷ ଜଗଦେବ। ଏ ନେଇ ପୋଲିସ ନଂ. ୧୫୬/୧୯ ରେ ମାମଲା ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ କୋଦଳା ଜେଲକୁ ପଠାଇ ଦିଆଯାଇଥିବା ଅତିରିକ୍ତ ଗଞ୍ଜାମ ଜିଲା ଆରକ୍ଷୀ ଅଧିକାରୀ ପତିତପାବନ ଚୌଧୁରୀ କହିଛନ୍ତି। ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନରେ କବିସୂର୍ଯ୍ୟନଗର ଥାନା ପକ୍ଷରୁ ବୁଢ଼ାମ୍ବଠାରେ ବ୍ଲକିଂ କରି ଚେକିଂ ଚାଲିଥିଲା। ଆଠଗଡ଼ର ସନ୍ତୋଷ ନିଜ ବାଇକର କାଗଜପତ୍ର ନ ଦେଖାଇବାରୁ ପୋଲିସ ସନ୍ଦେହ କରିଥିଲା। ପରେ ତାଙ୍କ ଘରୁ ୫ଟି ବାଇକ୍‌ ସହ ଏକ ଧଳା ବୋଲେରୋ ଜବତ କରି ତାଙ୍କୁ ଗିରଫ କରିଥିଲା। ପଚରାଉଚରା ବେଳେ ସେ ଅନ୍ୟ ଦୁଇ ସହଯୋଗୀ ଶିଶିର ଓ ନିରଞ୍ଜନଙ୍କ ନଁା କହିଥିଲେ। ସେମାନଙ୍କ ଘରୁ ମଧ୍ୟ ୧୦ଟି ଚୋରି ବାଇକ୍‌ ଜବତ ହୋଇଥିଲା। ୩ ଜଣ ଅଭିଯୁକ୍ତ ଜଗଦେବଠାରୁ ବାଇକ୍‌ କିଣିଥିବା ସ୍ବୀକାର କରିଛନ୍ତି । ଜଗଦେବଙ୍କ ଘରୁ ୩ଟି ଚୋରି ବାଇକ୍‌ ପୋଲିସ ଜବତ କରିଛି। ବାଇକ୍‌ ର଼୍ୟାକେଟ ଖୋର୍ଦ୍ଧା, ନୟାଗଡ଼, ଭୁବନେଶ୍ୱରରୁ ଚୋରି କରି ଗଞ୍ଜାମରେ ବିକ୍ରି କରିଥିବା ପୋଲିସ ଜାଣିପାରିଛି। ହଜିଯାଇଥିବା ବାଇକ୍‌ ମାଲିକ ନିଜର କାଗଜପତ୍ର ଦେଖାଇ
ବାଇକ୍‌ ନେଇପାରିବେ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri