Odisha Elections 2024

୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସ୍ଥାନୀୟ ମହାନଗର ନିଗମ ନୂତନ କୋଠା ସମ୍ମିଳନୀ କକ୍ଷ (ଓସ୍ବାନ ହଲ)ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରକ୍ଷା ବ୍ୟବସ୍ଥା, ନିର୍ବାଚନ ଆଚରଣ ବିଧି ତଥା ଭୋଟରଙ୍କ ସୁବିଧା ପାଇଁ ଗ୍ରହଣ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏଥିସହ ଆଭାସୀ ଜରିଆରେ ସେ ଅତିରିକ୍ତ ଡିଜି ତଥା ପୋଲିସ ନୋଡାଲ ଅଧିକାରୀ ସଞ୍ଜୟ ସିଂ, ତାଳଚେର ଡିଆଇଜି ସତ୍ୟବ୍ରତ ଭୋଇ, ରାଉରକେଲା ଡିଆଇଜି ନିତି ଶେଖର ତଥା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରିଥିଲେ। ସେ କହିଥିଲେ, ପେଡ୍‌ ଭୋଟ୍‌ ଓ ଟଙ୍କା ଚାଲାଣ ଉପରେ ମଧ୍ୟ ତୀକ୍ଷ୍ଣ ନଜର ରଖାଯିବ। ମୋଟ୍‌ ବୁଥ ମଧ୍ୟରୁ ୧୦ ପ୍ରତିଶତ ସମ୍ବେନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଏହା ଉପରେ ମଧ୍ୟ ତୀକ୍ଷ୍ଣ ନଜର ରଖାଯାଇଛି। ସୁରକ୍ଷା ପାଇଁ ବର୍ତ୍ତମାନଠାରୁ ପୋଲିସ ସୁରକ୍ଷା କର୍ମୀ ଓ ଏକ କମ୍ପାନୀ ସିଆର୍‌ପିଏଫ୍‌ ଯବାନଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି। ପୋଲିଂ ବୁଥ୍‌ରେ ଭୋଟରଙ୍କ ପାଇଁ ବିଶ୍ରାମ, ଶୁଦ୍ଧ ପାନୀୟ ଜଳ, ପ୍ରାଥମିକ ଚିକିତ୍ସାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ବୟସ୍କ ଭୋଟର ଓ ଦିବ୍ୟାଙ୍ଗଙ୍କ ମତଦାନ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ପ୍ରାର୍ଥୀଙ୍କ ପାଇଁ ସୁବିଧା ପୋର୍ଟାଲର ବ୍ୟବସ୍ଥା ହୋଇଛି। ଏଥିରେ ସେମାନେ ଅନ୍‌ଲାଇନ ମାଧ୍ୟମରେ ନାମାଙ୍କନ ଦାଖଲ କରିପାରିବେ। ଏହାବ୍ୟତୀତ ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ସାଧାରଣ ଜନତାଙ୍କ ଲାଗି ସି-ଭିଜିଲ୍‌ ଆପ୍‌ ବ୍ୟବହାର ସହିତ ଜିଲାସ୍ତରୀୟ କଣ୍ଟ୍ରୋଲ ରୁମ ଟୋଲ ଫ୍ରି ନମ୍ବର ୧୯୫୦ରେ ଯୋଗାଯୋଗ କରି ଅଭିଯୋଗ ଦାଖଲ ବ୍ୟବସ୍ଥା ହୋଇଛି। ଅଭିଯୋଗ ମିଳିଲେ ୧୦୦ ମିନିଟରେ ନିରାକରଣ କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ନିର୍ବାଚନ ମାର୍ଗଦର୍ଶିକା ପତ୍ର ପ୍ରତ୍ୟେକ ଭୋଟରଙ୍କ ପରିବାରଙ୍କ ନିକଟରେ ପହଞ୍ଚାଇବାକୁ ସେ ନିୟୋଜିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ଆର୍‌ଡିସି ଶ୍ରୀକାନ୍ତ ପୃଷ୍ଟି, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ ଓ ଅତିରିକ୍ତ ନିର୍ବାଚନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’

ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି ।...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର,୧୭।୫: ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri