୪ ଶିକାରୀ ଗିରଫ: ବନ୍ଧୁକ ସହ ବିସ୍ଫୋରକ ଜବତ

ସଜନାଗଡ଼, ୧୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଅଧୀନ ଋଷିଆ ଡ୍ୟାମ୍‌ ନିକଟରେ ଶୁକ୍ରବାର ବନବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରି ୪ଜଣ ଶିକାରୀଙ୍କୁ ଗିରଫ କରିଛି। ଆଗକୁ ରଜ ଥିବାରୁ ଶିକାରୀମାନେ ଜନ୍ତୁ ଶିକାର କରିବା ଉଦ୍ଦେଶ୍ୟରେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିଥିବା ବେଳେ ବନବିଭାଗ ହାବୁଡ଼ରେ ପଡ଼ିଛନ୍ତି। ଗିରଫ ଶିକାରୀମାନେ ହେଲେ ବରହମ୍‌ପୁର ଥାନା କେସିପୁର ପଞ୍ଚାୟତ ଅଧୀନ ଭେଜିଗୋଠ ଗ୍ରାମର ରାମ ସିଂ, ବୁଦୁଡାହି ଗ୍ରାମର ଜେନା ସିଂ, ସମା ସିଂ ଏବଂ ବଢ଼େଇପଲା ଗ୍ରାମର ଗଣେଶ୍ୱର ସିଂ। ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, କଳା ଓ ଧଳା ବାରୁଦ ସହିତ ଶିକାର ଯନ୍ତ୍ରପାତି ଜବତ କରାଯାଇଛି। ଶିକାରୀମାନଙ୍କ ବିରୋଧରେ ମାମଲା (ନଂ. ୧୪/୨୦-୨୧) ରୁଜୁ କରାଯାଇ ସେମାନଙ୍କୁ କୋର୍ଟଚାଲାଣ କରାଯାଇଥିବା କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?