୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା ୪୧ଟି ପଞ୍ଚାୟତକୁ ପ୍ରାୟ ୪ ହଜାର ପ୍ରବାସୀ ଘର ବାହୁଡ଼ା ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ୯୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪ ହଜାର ବେଡ୍‌ ପକାଇବାର ବ୍ୟବସ୍ଥା କରାଯାଇଛି। ଏହି ସେଣ୍ଟରଗୁଡ଼ିକ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ସରକାରୀ ଦପ୍ତରରେ ଖୋଲାଯାଇଛି। ପ୍ରବାସୀମାନେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସେମାନେ ଘରକୁ ଫେରିବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। ଇତିମଧ୍ୟରେ ୪୧ଟି ପଞ୍ଚାୟତରୁ ୩ହଜାର ୭୪୨ ଜଣ ନାମ ପଞ୍ଜୀକରଣ କରିଛନ୍ତି। ତେବେ ୩ ତାରିଖରେ ଲକ୍‌ଡାଉନ୍‌ ଉଠିବା ପରେ ସେମାନେ ଘର ବାହୁଡ଼ା ହେବେ। ତେବେ ୩ ତାରିଖ ପୂର୍ବରୁ ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ପ୍ରସ୍ତୁତ କରାଯାଉଛି। ବ୍ଲକ ପରିସରରେ ମହିଳାମାନଙ୍କ ପାଇଁ ଏକ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ କରାଯାଉଛି। ପ୍ରତି କ୍ୱରାଣ୍ଟାଇନ୍‌ ସେଣ୍ଟରକୁ ବିଶୋଧନ କରାଯିବା ସହ ବେଡ୍‌ ପକାଯିବା ସହ ସେମାନଙ୍କ ପାଇଁ ରହିବା,ଖାଇବା ଓ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସ୍ବତନ୍ତ୍ର ଚିଠା ପ୍ରସ୍ତୁତ କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ମରାମତି କରାଯିବା ସହ ଶୌଚାଳୟ, ଶୁଦ୍ଧ ପାନୀୟଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିବେଶକୁ ସ୍ବଚ୍ଛ ପରିମଳ ରଖିବା ପାଇଁ ସାନିଟାଇଜେସନ ବ୍ୟବସ୍ଥା କରାଯାଇଛି। ତେବେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକୁ ପରିଦର୍ଶନ କରିବା ପାଇଁ ପଞ୍ଚାୟତସ୍ତରୀୟ କମିଟି ଓ ସ୍ବତନ୍ତ୍ର ପରିଦର୍ଶନ ପାଇଁ ଟିମ୍‌ ମଧ୍ୟ ଗଠନ କରାଯାଇଛି। କେନ୍ଦ୍ରଗୁଡ଼ିକୁ ବିଡିଓ କର୍ଣ୍ଣଦେବ ସମାଦ୍ଦାର, ତହସିଲଦାର ଜିତେନ୍ଦ୍ର ପାତ୍ର ପରିଦର୍ଶନ କରୁଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri