Posted inଜାତୀୟ

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ, ୩୦-୮(ପି.ଟି.): ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତିଙ୍କ ସୁପ୍ରିମକୋର୍ଟକୁ ପଦୋନ୍ନତି ନେଇ କେନ୍ଦ୍ର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ସୁପ୍ରିମକୋର୍ଟର କଲେଜିୟମ ଏହାକୁ ଗୁରୁବାର ସ୍ବୀକୃତି ପ୍ରଦାନ କରିଛନ୍ତି। ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟନ୍‌, ପଞ୍ଜାବ ଓ ହରିୟାଣାର ମୁଖ୍ୟ ବିଚାରପତି ଜଷ୍ଟିସ କ୍ରିଷ୍ଣ ମୁରାରି, ରାଜସ୍ଥାନର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌.ଏ. ରବୀନ୍ଦ୍ର ଭଟ୍ଟ ଓ କେରଳର ମୁଖ୍ୟ ବିଚାରପତି ଜଷ୍ଟିସ ହୃଷୀକେଶ ରାୟଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ମିଳିବ।
ରାମସୁବ୍ରମଣ୍ୟନ୍‌ ଗତ ଜୁନ୍‌ ୨୨ରୁ ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟାରମ୍ଭ କରିଥିଲେ। ତା’ପୂର୍ବରୁ ସେ ମାଡ୍ରାସ ହାଇକୋର୍ଟର ଅତିରିକ୍ତ ବିଚାରପତି ଓ ତେଲେଙ୍ଗାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ସେହିଭଳି ଜଷ୍ଟିସ ମୁରାରି ୨୦୧୮ ଜୁନ୍‌ ୨ରୁ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ ଆଲ୍ଲାହାବାଦ ହାଇକୋର୍ଟର ଅତିରିକ୍ତ ବିଚାରପତି ଓ ପରେ ସ୍ଥାୟୀ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ଅନୁରୂପ ଭାବେ ଜଷ୍ଟିସ ଭଟ୍ଟ ୨୦୧୯ ମେ ୫ରୁ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦଭାର ସମ୍ଭାଳିଥିଲେ। ଏହା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଓ ପରେ ସ୍ଥାୟୀ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ଅପରପକ୍ଷରେ ଜଷ୍ଟିସ ରୟ ୨୦୧୮ ଅଗଷ୍ଟ ୮ରେ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱଗ୍ରହଣ କରିଥିଲେ। ପୂର୍ବରୁ ସେ ଏଠାରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri