Posted inଜାତୀୟ

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ,୧୯ା୯: ୪ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରାଯାଇଛି। ଫଳରେ ସର୍ବୋଚ୍ଚ ଅଦାଲତ ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ପଦୋନ୍ନତି ପାଇଥିବା ବିଚାରପତିମାନେ ହେଲେ ପଞ୍ଜାବ ହରିୟାଣା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କ୍ରିଷ୍ଣ ମୁରାରୀ, ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ରବୀନ୍ଦ୍ର ଭଟ୍ଟ, ହିମାଚଳପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭି. ରାମସୁବ୍ରମଣ୍ୟନ ଏବଂ କେରଳ ହାଇକୋର୍ଟ ମୁଖ୍ୟ ବିଚାରପତି ହୃଷିକେଶ ରାୟ। ସୋମବାର ସେମାନେ ଶପଥ ନେବେ। ସେମାନଙ୍କ ପଦୋନ୍ନତି ନେଇ ବୁଧବାର ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ବୋବ୍‌ଡେ, ଜଷ୍ଟିସ୍‌ ରମାନା, ଜଷ୍ଟିସ୍‌ ଅରୁଣ ମିଶ୍ର ଏବଂ ଜଷ୍ଟିସ୍‌, ଆର୍‌.ଏଫ. ନରିମାନଙ୍କ କଲେଜିୟମ ଅଗଷ୍ଟ ୨୮ରେ ସେମାନଙ୍କ ପଦୋନ୍ନତି ପାଇଁ ସୁପାରିସ୍‌ କରିଥିଲେ।
ଜଷ୍ଟିସ୍‌ କ୍ରିଷ୍ଣମୁରାରୀ ୧୯୮୪ରେ ଆଲ୍ଲାହାବାଦ ହାଇକୋର୍ଟ ବାର୍‌ରେ ଯୋଗଦେଇ ଆଇନ ବ୍ୟବସାୟ ଆରମ୍ଭ କରିଥିଲେ। ୨୦୦୪ ଜାନୁୟାରୀରେ ସେ ଉକ୍ତ ହାଇକୋର୍ଟର ବିଚାରପତି ହୋଇଥିଲେ। ୨୦୧୮ ଜୁନ୍‌ରେ ପଞ୍ଜାବ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସେ ପଦୋନ୍ନତି ପାଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଭାବେ ସେ ୨୦୨୩ ଜୁଲାଇ ୮ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।
ଜଷ୍ଟିସ ରବୀନ୍ଦ୍ର ଭଟ୍ଟଙ୍କ ଘର କର୍ନାଟକର ମହୀଶୂର। ସେ ୨୦୦୪ରୁ ୧୫ ବର୍ଷ ଦିଲ୍ଲୀ ହାଇକୋର୍ଟରେ ବିଚାରପତି ରହିବା ପରେ ଗତ ଏପ୍ରିଲରେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଯୋଗ ଦେଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଭାବେ ସେ ୨୦୧୩ ଅକ୍ଟୋବର ୨୧ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।
ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ ଚେନ୍ନାଇରେ ଦୀର୍ଘ ୨୩ ବର୍ଷ ଆଇନ ବ୍ୟବସାୟ କରିବା ପରେ ୨୦୦୬ ଜୁଲାଇରେ ମାଡ୍ରାସ ହାଇକୋର୍ଟ ବିଚାରପତି ନିଯୁକ୍ତ ହୋଇଥିଲେ। ଗତ ଜୁନ୍‌ ୨୨ରେ ତାଙ୍କୁ ହିମାଚଳପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଥିଲା। ସେ ସୁପ୍ରିମକୋର୍ଟରେ ୨୦୨୩ ଜୁନ୍‌ ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।
ଜଷ୍ଟିସ୍‌ ହୃଷିକେଶ ରାୟ ୨୦୦୬ରେ ଗୌହାଟୀ ହାଇକୋର୍ଟ ବିଚାରପତି ଓ ୨୦୧୮ରେ କେରଳ ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ସୁପ୍ରିମକୋର୍ଟରେ ତାଙ୍କର କାର୍ଯ୍ୟକାଳ ୨୦୨୫ ଫେବୃୟାରୀ ୧ ପର୍ଯ୍ୟନ୍ତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri