୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କଳାହାଣ୍ଡି, ଜଗତ୍‌ସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ ଏବଂ ରାୟଗଡ଼ାରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଲଘୁଚାପ ଯୋଗୁ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୪ ଓ ୫ ତାରିଖରେ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅଗଷ୍ଟ ୭ ଯାଏ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସାମାନ୍ୟ କମ୍‌ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ରୁ ୬ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଜିଲାରେ ଥିବା ନଦୀଗୁଡ଼ିକ ଫୁଲିବା ସମ୍ଭାବନା ରହିଛି।
ଆସନ୍ତା ୫ ଦିନ ଯାଏ ବର୍ଷା ଲାଗି ରହିବ। ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଯାଇଛନ୍ତି। ଉକ୍ତ ଜିଲାଗୁଡ଼ିକର ଜିଲାପାଳଙ୍କୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅନ୍ୟ ଜିଲାର ଜିଲାପାଳମାନେ ମଧ୍ୟ ଏ ନେଇ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ଔଷଧ ଇତ୍ୟାଦି ଗଚ୍ଛିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ ବନ୍ୟା ପରେ ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ ଖାଦ୍ୟ ସାମଗ୍ରୀ ଯୋଗାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri