୪୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ଲେଭଲ କ୍ରସିଂ ନିକଟରେ ପୋଲିସ ରବିବାର ଚଢ଼ାଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୦.୫ ଗ୍ରାମର ବ୍ରାଉନସୁଗାର, ଗୋଟିଏ ପଲ୍‌ସର ବାଇକ, ୩ ମୋବାଇଲ ଫୋନ୍‌ ଓ ୬ ହଜାର ୪ଶହ ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଥରବନ୍ଧବସ୍ତି ଅଞ୍ଚଳର ଶୈଳେନ୍ଦ୍ର କୁମାର ପଣ୍ଡା ଓରଫ ରିଙ୍କୁ, ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଅଞ୍ଚଳର ଅଜୟ କୁମାର କର ଓରଫ ଅଜୁ ଓ ସାମନ୍ତରାପୁର ଅଞ୍ଚଳର ସତ୍ୟନାରାୟଣ ବେହେରା ଓରଫ ନିଲୁ। ସେମାନେ ବିଭିନ୍ନ ଅଞ୍ଚଳରେ ଅତି ଚତୁରତାର ସହ ବାଇକ ଓ ଅଟୋରେ ବୁଲି ଖୁଚୁରା ବେପାରୀଙ୍କୁ ବ୍ରାଉନସୁଗାର ବିକ୍ରି କରନ୍ତି। କମିଶନରେଟ ପୋଲିସର ଡ୍ରଗ୍‌ ଟାସ୍କଫୋର୍ସ ଖବର ପାଇବା ପରେ ଅଭିଯୁକ୍ତଙ୍କୁ ଧରିବାକୁ ଯୋଜନା ହୋଇଥିଲା। ଏ ନେଇ ଶହୀଦନଗର ଥାନା ପୋଲିସ ଏନ୍‌ଡିପିଏଓ ୨୧-ବି ଆକ୍ଟ ଅନୁଯାୟୀ ମାମଲା (ନଂ. ୮୮/୨୦) ରୁଜୁ କରିଛି। ସୋମବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ବିରଞ୍ଚତ୍ ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri