୪୦ ଜଣଙ୍କ ନାମରେ ମାମଲା, ୪ ଅଟକ

ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ ପହଞ୍ଚିଛି। ତାଙ୍କୁ ନିର୍ଯାତନା ଦିଆଯିବା ସହ ସମ୍ପର୍କୀୟ ଯୁବକଙ୍କ ସହିତ ଜୋର ଜବରଦସ୍ତ ବିବାହ କରାଯାଇଥିବା ନେଇ ମହିଳା ଜଣକ ଗୁରୁବାର ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ମୋଟ୍‌ ୪୦ ଜଣଙ୍କ ନାମରେ ନଂ. ୭୯/୨୦ରେ ମାମଲା ରୁଜୁ କରିବା ସହ ମହିଳାଙ୍କ ଶ୍ୱଶୁର, ଶାଶୁ, ସ୍ବାମୀ ଓ ଶ୍ୱଶୁରଙ୍କ ବଡ ଭାଇଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।
ମହିଳାଙ୍କ ଅଭିଯୋଗ ମୁତାବକ, ରବିବାର ଅପାଙ୍କ ପୁଅ ନିକଟସ୍ଥ ଅଞ୍ଚଳକୁ ବ୍ୟବସାୟ ପାଇଁ ଆସିଥିବା ବେଳେ ରାତି ହୋଇଯିବାରୁ ଫେରି ନ ପାରି ତାଙ୍କ ଘରକୁ ଆସିଥିଲେ। ସେ ଯୁବକ ଜଣଙ୍କୁ ଖାଇବାକୁ ଦେଉଥିବା ସମୟରେ ଶ୍ୱଶୁର ବାହାର ପଟୁ ତାଲା ପକାଇ ଦେଇଥିଲେ। ଯେତେ ଡାକିଥିଲେ ମଧ୍ୟ କବାଟ ଖୋଲି ନ ଥିଲେ। ପ୍ରାୟ ୩ ଘଣ୍ଟା ପରେ ଅନ୍ୟମାନଙ୍କ ସହାୟତାରେ ଶ୍ୱଶୁର ଯୁବକଙ୍କୁ ଏକ ଦଉଡିରେ ବାନ୍ଧି ଆକ୍ରମଣ କରିଥିଲେ। ଏଥିସହ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ପୂର୍ବରୁ ଶାଶୁଘର ଲୋକେ ଯୌତୁକ ନିର୍ଯାତନା ଦେଉଥିବାବେଳେ ଏବେ ମିଥ୍ୟାରେ ପରକୀୟା ପ୍ରୀତି ପ୍ରସଙ୍ଗ ଉଠାଇ ନିର୍ଯାତନା ଦେବା ସହ ଗଁାରେ ବୈଠକ କରି ଜୋର ଜବରଦସ୍ତ ସମ୍ପର୍କୀୟ ଯୁବକଙ୍କ ସହିତ ବିବାହ କରାଇଥିବା ମହିଳା ଜଣକ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଠାକୁରଗଡ ଆଇଆଇସି ଗବାକ୍ଷ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri