ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ ପହଞ୍ଚିଛି। ତାଙ୍କୁ ନିର୍ଯାତନା ଦିଆଯିବା ସହ ସମ୍ପର୍କୀୟ ଯୁବକଙ୍କ ସହିତ ଜୋର ଜବରଦସ୍ତ ବିବାହ କରାଯାଇଥିବା ନେଇ ମହିଳା ଜଣକ ଗୁରୁବାର ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ମୋଟ୍ ୪୦ ଜଣଙ୍କ ନାମରେ ନଂ. ୭୯/୨୦ରେ ମାମଲା ରୁଜୁ କରିବା ସହ ମହିଳାଙ୍କ ଶ୍ୱଶୁର, ଶାଶୁ, ସ୍ବାମୀ ଓ ଶ୍ୱଶୁରଙ୍କ ବଡ ଭାଇଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।
ମହିଳାଙ୍କ ଅଭିଯୋଗ ମୁତାବକ, ରବିବାର ଅପାଙ୍କ ପୁଅ ନିକଟସ୍ଥ ଅଞ୍ଚଳକୁ ବ୍ୟବସାୟ ପାଇଁ ଆସିଥିବା ବେଳେ ରାତି ହୋଇଯିବାରୁ ଫେରି ନ ପାରି ତାଙ୍କ ଘରକୁ ଆସିଥିଲେ। ସେ ଯୁବକ ଜଣଙ୍କୁ ଖାଇବାକୁ ଦେଉଥିବା ସମୟରେ ଶ୍ୱଶୁର ବାହାର ପଟୁ ତାଲା ପକାଇ ଦେଇଥିଲେ। ଯେତେ ଡାକିଥିଲେ ମଧ୍ୟ କବାଟ ଖୋଲି ନ ଥିଲେ। ପ୍ରାୟ ୩ ଘଣ୍ଟା ପରେ ଅନ୍ୟମାନଙ୍କ ସହାୟତାରେ ଶ୍ୱଶୁର ଯୁବକଙ୍କୁ ଏକ ଦଉଡିରେ ବାନ୍ଧି ଆକ୍ରମଣ କରିଥିଲେ। ଏଥିସହ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ପୂର୍ବରୁ ଶାଶୁଘର ଲୋକେ ଯୌତୁକ ନିର୍ଯାତନା ଦେଉଥିବାବେଳେ ଏବେ ମିଥ୍ୟାରେ ପରକୀୟା ପ୍ରୀତି ପ୍ରସଙ୍ଗ ଉଠାଇ ନିର୍ଯାତନା ଦେବା ସହ ଗଁାରେ ବୈଠକ କରି ଜୋର ଜବରଦସ୍ତ ସମ୍ପର୍କୀୟ ଯୁବକଙ୍କ ସହିତ ବିବାହ କରାଇଥିବା ମହିଳା ଜଣକ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଠାକୁରଗଡ ଆଇଆଇସି ଗବାକ୍ଷ ନାୟକ କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି
ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…
ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…
ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା
ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…
ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…
ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି
ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…
ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍ କରି ପରିବାର ଲୋକଙ୍କୁ ଜଣାଇବାରୁ…
ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

