୪୦ ଡିଗ୍ରୀ ଉପରେ ୭ ସହର

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ତାତିର ପ୍ରକୋପ ବହୁ ମାତ୍ରାରେ ବଢିଯାଇଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଟପିଛି। ବୁଧବାର ରାଜ୍ୟର ୭ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀକୁ ଟପି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଳଚେର ସହରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ୪୦.୨, ବଲାଙ୍ଗୀର ୪୧.୨, ଟିଟିଲାଗଡ ୪୦, ମାଲକାନଗିରି ୪୦.୧, ସୋନପୁର ୪୦.୩, ବୌଦ୍ଧ ୪୦.୨, ଭୁବନେଶ୍ୱର ୩୯.୭, ସମ୍ବଲପୁର ୩୯.୫, ବାରିପଦା ୩୯ ଏବଂ ସୁନ୍ଦରଗଡରେ ସର୍ବାଧିକ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଝଡ ତୋଫାନ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଆହୁରି ବଢିବ। ଉପକୂଳ ଓଡିଶାର ଅଧିକାଂଶ ଜିଲାରେ ତାପମାତ୍ରା ୪୦ଡିଗ୍ରୀ ମଧ୍ୟରେ ରହିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri