Posted inଜାତୀୟ

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି କି ୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ବିଦେଶ ଯାତ୍ରା କରିପାରିବେ ନାହିଁ। ଏଥିପାଇଁ ସେ ଗୁଜୁରାଟରେ ଥିବା ବେଳେ କିଭଳି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିଲେ ତା’ଉଦାହରଣ ଦେଇଛନ୍ତି। ମୋଦି କହିଛନ୍ତି ନିର୍ଦ୍ଧାରିତ ସମୟରେ କାର୍ଯ୍ୟାଳୟରେ ପହଞ୍ଚିଲେ ଦିନ ଯାକ କାମର ନିର୍ଦ୍ଧାରଣ ସହଜରେ କରାଯାଇପାରେ। ସୂଚନାଯୋଗ୍ୟ, ପୁଣିଥରେ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ପ୍ରଥମ ଥର ଲାଗି ବୁଧବାର ମନ୍ତ୍ରିପରିଷଦ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri