୪୦ ବିହାରୀ ଶ୍ରମିକ ଉଦ୍ଧାର

ଓଡ଼ାପଡ଼ା,୧ା୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ହିନ୍ଦୋଳ ରୋଡ୍‌ ଛକରୁ ଗୁରୁବାର ୪୦ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି। ସମ୍ପୃକ୍ତ ଶ୍ରମିକମାନେ ଏକ ଟ୍ରେଲର (ନଂ. ଆର୍‌ଜେ ୦୨ ଜିବି ୪୧୦୨)ରେ ବେଆଇନ ଭାବେ ବସି ବିହାରସ୍ଥିତ ନିଜ ଘରକୁ ଯାଉଥିଲେ। ଏ ନେଇ ନଂ. ୯୪/୨୦, ଦଫା ୨୭୯, ୨୭୦ ଓ ଏପିଡେମିକ୍‌ ଡିଜିଜେସ୍‌ ଆକ୍ଟର ଧାରା-୩ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। ଗାଡ଼ି ଚାଳକଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା ଥାନାଧିକାରୀ ନମିତା ନାୟକ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ୨୭ ତାରିଖରେ ଟାଟାଷ୍ଟିଲ୍‌ ବିଏସ୍‌ଏଲ କମ୍ପାନୀରୁ ଲୁହା ପ୍ଲେଟ୍‌ ନେଇ ଉକ୍ତ ଟ୍ରେଲର ଉତ୍ତର ପ୍ରଦେଶ ଅଭିମୁଖେ ବାହାରିଥିଲା। ବିଆର୍‌ଜି ଛକ ନିକଟରେ ସମ୍ପୃକ୍ତ ୪୦ଜଣ ଶ୍ରମିକ ଡ୍ରାଇଭରକୁ ହାତକରି ଟ୍ରେଲରରେ ବସିଥିଲେ। ତେବେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଜାମଶୋଲା ଚେକ୍‌ପୋଷ୍ଟରେ ମୁତୟନ କର୍ମଚାରୀମାନେ ଟ୍ରେଲରକୁ ଧରିଥିଲେ। ବେଆଇନ ଭାବେ ଶ୍ରମିକଙ୍କୁ ନିଆଯାଉଥିବାରୁ ଟ୍ରେଲରକୁ ସୀମା ପାର କରିବାକୁ ଅନୁମତି ମିଳି ନ ଥିଲା। ଏଥିସହ ଶ୍ରମିକମାନଙ୍କୁ ସେମାନେ ରହୁଥିବା କମ୍ପାନୀ ନିକଟରେ ଛାଡ଼ିଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଟ୍ରେଲରଟି ଶ୍ରମିକଙ୍କୁ ଧରି ଫେରୁଥିବାବେଳେ ଗୁରୁବାର ଅପରାହ୍ନ ୨ଟାରେ ହିନ୍ଦୋଳ ରୋଡ ବଜାର ନିକଟରେ ଅଞ୍ଚଳବାସୀ ଅଟକାଇ ପୋଲିସକୁ ଖବର ଦେଇଥିଲେ। ମୋଟଙ୍ଗା ଥାନାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ହିନ୍ଦୋଳ ରୋଡ୍‌ ଫାଣ୍ଡି ଅଧିକାରୀ ଅକ୍ଷୟ କୁମାର ଦାସ ସଦଳବଳ ଗାଡ଼ି ଜବତ କରିବା ସହ ଶ୍ରମିକଙ୍କୁ ସେମାନେ କାର୍ଯ୍ୟ କରୁଥିବା କମ୍ପାନୀକୁ ପଠାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri