୪୦ ୟୁନିଟ୍‌ ରକ୍ତ ସଂଗ୍ରହ

ତେଲକୋଇ, ୨୮ା୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଓରିଆ ପଞ୍ଚାୟତ ପିଟାନାଳୀ ଆଦର୍ଶ ବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ଫ୍ୟାମିଲ ୱେଲଫେୟାର ବିଭାଗ ପକ୍ଷରୁ ଶିବିରରେ ୪୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ସାମାଜିକ ଦୂରତା ସହିତ ରକ୍ତଦାନ ମହତ ଦାନ ପାଇଁ ବିଜୁ ଜନତା ଦଳର ଶତାଧିକ ଯୁବକ ସାମିଲ ହୋଇ ରକ୍ତଦାନ କରିଥିଲେ। ସାମାଜିକ ଦୂରତା ସହ ଏହି ରକ୍ତଦାନ ଶିବିରରେ ୪୦ୟୁନିଟ୍‌ ରକ୍ତ ସଂଗ୍ରହ ପରେ ଏହାକୁ ବନ୍ଦ କରାଯାଇଥିଲା। ବହୁ ସଂଖ୍ୟାରେ ଯୁବକ ଏଠାକୁ ଆସିଥିଲେ ମଧ୍ୟ ରକ୍ତଦାନ କରିପାରି ନ ଥିଲେ। ପରବର୍ତ୍ତୀ ସମୟରେ ରକ୍ତଦାନ ଶିବିର ହେବା ଲାଗି ନିଷ୍ପତ୍ତି ହୋଇଥିଲା। ରାଜ୍ୟ ବୈଷୟିକ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଶିବିରକୁ ଉଦ୍‌ଘାଟନ କରିବା ପରେ ରକ୍ତଦାତାମାନେ ରକ୍ତଦାନ କରିଥିଲେ। ଡ. ସୁବ୍ରତ ଆଚାର୍ଯ୍ୟ ରକ୍ତ ସଂଗ୍ରହ କରିଥିଲେ। ଅକ୍ଷୟ କୁମାର ସାହୁ(ପିଆଇଓ), ଗୌରୀଶଙ୍କର ମାଝି(ଏଲ.ଟି), ହେମରଞ୍ଜନ ମହାନ୍ତ(ଏଲ.ଏ) ସହାୟତା କରିଥିଲେ। ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ସହିତ ଜିଲା ବିଜେଡି ଯୁବମୋର୍ଚ୍ଚା ସଭାପତି ସୌମ୍ୟଶଙ୍କର ଚକ୍ରଙ୍କ ସମେତ ବ୍ଲକର ରାଜା, ନାରାୟଣ ସାହୁ, ବାପି ବିଶ୍ୱାଳ, ନୀଳମଣି ଦେହୁରୀ ସମେତ ବିଭିନ୍ନ ପଞ୍ଚାୟତର ଯୁବମୋର୍ଚ୍ଚାର ସଦସ୍ୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri